ବିଏମ୍‌ସିକୁ କ୍ୟାନ୍‌ସର ଗ୍ରାଣ୍ଡ ଚ୍ୟାଲେଞ୍ଜେସ୍‌ ଆଓ୍ବାର୍ଡ

ଭୁବନେଶ୍ୱର,୯।୩: ଦେଶର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ବେଦାନ୍ତ ଗ୍ରୁପ୍‌ର ବାଲ୍‌କୋ ମେଡିକାଲ ସେଣ୍ଟର (ବିଏମ୍‌ସି)କୁ ନିକଟରେ ଆଉ ଏକ ଅନ୍ତର୍ଜାତୀୟ ସମ୍ମାନ ‘କ୍ୟାନ୍‌ସର ଗ୍ରାଣ୍ଡ ଚ୍ୟାଲେଞ୍ଜେସ୍‌ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି ଦୀର୍ଘ ବର୍ଷ ହେବ ଭାରତର ଅଗ୍ରଣୀ ଅଙ୍କୋଲୋଜି ପ୍ରତିଷ୍ଠାନ ଭାବେ ଗୁଣାତ୍ମକ ସେବା ଓ ସୁବିଧା କ୍ୟାନ୍‌ସର ରୋଗୀମାନଙ୍କୁ ଯୋଗାଇ ଆସୁଥିବାରୁ ବିଶ୍ୱସ୍ତରୀୟ ଗବେଷଣା ସଂସ୍ଥା କ୍ୟାନ୍‌ସର ଗ୍ରାଣ୍ଡ ଚ୍ୟାଲେଞ୍ଜେସ୍‌ ପକ୍ଷରୁ ଏହି ସମ୍ମାନଜନକ ପୁରସ୍କାର ବିଏମ୍‌ସିକୁ ଏକ ସ୍ବତନ୍ତ୍ର ଉତ୍ସବରେ ଦିଆଯାଇଛି। ଏ ସମ୍ପର୍କରେ ବେଦାନ୍ତ ମେଡିକାଲ ରିସର୍ଚ୍ଚ ଫାଉଣ୍ଡେଶନର ଅଧ୍ୟକ୍ଷା ଜ୍ୟୋତି ଅଗ୍ରୱାଲ କହିଛନ୍ତି, ଏଭଳି ଏକ ସମ୍ମାନଜନକ ପୁରସ୍କାର ପାଇଁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗତ ୬ ବର୍ଷ ମଧ୍ୟରେ ଆମର ବରିଷ୍ଠ କର୍ମଚାରୀ ଓ ହିତାଧିକାରୀମାନେ ନିରନ୍ତର ଭାବେ ବୈଜ୍ଞାନିକ ଜ୍ଞାନକୌଶଳର ସୁବିଧା ପାଇବାକୁ ନିଶ୍ଚିତ କରିବା ଲାଗି କଠିନ ପରିଶ୍ରମ କରୁଛନ୍ତି। ସେହିଭଳି ଆମ ଉପରେ ରୋଗୀମାନେ ସମ୍ପୂର୍ଣ୍ଣ ଭରସା କରୁଥିବାବେଳେ କ୍ୟାନ୍‌ସର ପ୍ରତିରୋଧ ଦିଗରେ ଆମେ ଯଥା ସମ୍ଭବ ପ୍ରୟାସ ଜାରି ରଖିବାକୁ ପ୍ରତିଶ୍ରୁତିବଦ୍ଧ ରହିଛୁ। ସେହିଭଳି ବେଦାନ୍ତ ମେଡିକାଲ ରିସର୍ଚ୍ଚ ଫାଉଣ୍ଡେଶନର ମେଡିକାଲ ଡାଇରେକ୍ଟର ଡା. ଭାବନା ସିରୋହୀ କହିଛନ୍ତି, କଲେକ୍ଟୋରାଲ କ୍ୟାନ୍‌ସର ରୋଗର ଉଦ୍‌ବେଗଜନକ ବୃଦ୍ଧିକୁ ରୋକିବା ପାଇଁ ଶୀଘ୍ର ଚିହ୍ନଟ ଓ ଜୀବନଶୈଳୀ ପସନ୍ଦ ଉପରେ ଗୁରୁତ୍ୱ ଦିଆଯାଇଥାଏ। ଏପରିକି ପ୍ରାଥମିକ ପର୍ଯ୍ୟାୟରେ ରୋଗର ଚିହ୍ନଟ ଓ ଉପଯୁକ୍ତ ଚିକିତ୍ସା ସର୍ବଦା ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ଆମେ କ୍ୟାନ୍‌ସର ପ୍ରତିରୋଧ ଓ ନିରାକରଣ ଲାଗି ରଣନୀତିମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri