Posted inଜାତୀୟ

ଚପଲମାଳ ପିନ୍ଧି ନିର୍ବାଚନ ପ୍ରଚାର କଲେ ପ୍ରାର୍ଥୀ

ଅଲିଗଡ଼: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି, ରାଜନୈତିକ ଦଳ ଗୁଡ଼ିକର ପ୍ରସ୍ତୁତି ମଧ୍ୟ ସେତେମାତ୍ରାରେ ଜୋର୍‌ଦାର ହେବାରେ ଲାଗିଛି। ବଡ଼ ବଡ଼ ଦଳଗୁଡ଼ିକୁ ଛାଡି ସ୍ବାଧୀନ ପ୍ରାର୍ଥୀମାନେ ମଧ୍ୟ ଏହି ନିର୍ବାଚନରେ ଭୋଟରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ବିଭିନ୍ନ ପ୍ରୟାସ କରୁଛନ୍ତି। ଅଲିଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ସ୍ବାଧୀନ ପ୍ରାର୍ଥୀ ଚପଲମାଳ ପିନ୍ଧି ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଚଳିତ ଲୋକ ସଭା ନିର୍ବାଚନରେ ଅଲିଗଡ ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପଣ୍ଡିତ କେଶବ ଦେବ। ତାଙ୍କୁ ନିର୍ବାଚନ ଆୟୋଗଙ୍କଠାରୁ ଚପଲ ଚିହ୍ନ ମିଳିଛି। ତେଣୁ ସେ ୭ଟି ଚପଲ ସାହାଯ୍ୟରେ ଗୋଟିଏ ଚପଲମାଳ ପ୍ରସ୍ତୁତ କରିଛନ୍ତି। ଏହି ଚପଲମାଳକୁ ପିନ୍ଧି ସେ ଜନସାଧାରଣଙ୍କ ନିକଟରେ ପହଞ୍ଚୁଛନ୍ତି ଓ ଭୋଟ ଭିକ୍ଷା କରୁଛନ୍ତି। ଦେଶରେ ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ଏପ୍ରିଲ୧୯ରୁ ଆରମ୍ଭ ହେବ। ଅଲିଗଡରେ ଲୋକ ସଭା ନିର୍ବାଚନ ଏପ୍ରିଲ ୨୬ରେ ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଏଠାରେ ମୋଟ ୨୧ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ନାମାଙ୍କନ ପତ୍ର ଖାରଜ ହୋଇଯାଇଥିଲା। ସେହିପରି ଏଠାରେ ଅନ୍ୟ ୨ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ପ୍ରତ୍ୟାହାର କରିଛନ୍ତି। ତେଣୁ ଅଲିଗଡ ଲୋକ ସଭା ଆସନରେ ସମୁଦାୟ ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏଠାରୁ ବର୍ତ୍ତମାନର ଏମ୍‌ପି ସତୀଶ କୁମାର ଗୌତମ ଭାଜପା ପ୍ରାର୍ଥୀ ହୋଇଥିବାବେଳେ, ବିରୋଧୀ ଇଣ୍ଡିଆ ମେଣ୍ଟରୁ ବିଜେନ୍ଦ୍ର ସିଂ ସମାଜବାଦୀ ପାର୍ଟି ପକ୍ଷରୁ ନିର୍ବାଚନ ଲଢ଼ୁଛନ୍ତି। ସେହିପରି ବହୁଜନ ସମାଜ ପାର୍ଟିରୁ ଏଠାରେ ହିତେନ୍ଦ୍ର କୁମାର ଓରଫ୍‌ ବଣ୍ଟି ଉପାଧ୍ୟାୟ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri