ବିଜୟ ମହାକାଳପଡ଼ାରୁ ପ୍ରାର୍ଥୀ ହେବା ଆଶାବାଦୀ

ମହାକାଳପଡ଼ା,୧୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ  ସ୍ଥାନୀୟ ଛେଡ଼ାକଣିସ୍ଥିତ ସତ୍ୟନାରାୟଣ ପୀଠରେ ମକର ଉତ୍ସବରେ ଭାଜପା ନେତା ବିଜୟ ମହାପାତ୍ର ଯୋଗଦାନ ସହ ପୂଜାର୍ଚ୍ଚନା କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। କେନାଲ ବ୍ରିଜ୍‌ଠାରୁ ନିଜ ଦଳୀୟ ସମର୍ଥକ, ଶୁଭେଚ୍ଛୁମାନଙ୍କୁ ସାଥିରେ ଧରି ଶୋଭାଯାତ୍ରାରେ ଆସି ନାରାୟଣଙ୍କ ପୀଠରେ ପହଞ୍ଚି ଥିଲେ। ବହୁଦିନ ପରେ କର୍ମୀମାନେ ବିଜୟଙ୍କୁ ଅତି ନିକଟରେ ପାଇ ଖୁସି ବ୍ୟକ୍ତ କରିଛନ୍ତି।

ପରେ ଗଣମାଧ୍ୟମର ପ୍ରତିନିଧିଙ୍କ ପ୍ରଶ୍ନ ଥିଲା ଆସନ୍ତା ସାଧାରଣ ନିର୍ବାଚନରେ ମହାକାଳପଡ଼ାରୁ ପ୍ରାର୍ଥୀ ହେବେ କି। ଏହାର ଉତ୍ତରରେ ସିଧାସଳଖ ନ କହି ପରୋକ୍ଷ କହିଛନ୍ତି, ମା’ଙ୍କ ଆଶୀର୍ବାଦ ରହିଲେ ମହାକାଳପଡ଼ାବାସୀଙ୍କ ଭବିଷ୍ୟତ ଉଜ୍ଜ୍ୱଳମୟ ହେବ। ୨୦୨୪ରେ ମହାକାଳପଡ଼ାର ଶୁଭେଚ୍ଛୁ ଓ ସମର୍ଥକଙ୍କୁ ନିରାଶ କରାଯିବ ନାହିଁ ବୋଲି ବିଜୟ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ବିଜୟଙ୍କ ମୁହଁରୁ ଏହି ପଦକ କଥା ଶୁଣି ଶୁଭେଚ୍ଛୁ ଓ କର୍ମୀମାନଙ୍କ ମଧ୍ୟରେ ଆଶାର ସଞ୍ଚାର ସୃଷ୍ଟି ହୋଇଛି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଏହି କାର୍ଯ୍ୟକ୍ରମରେ ସୁକାନ୍ତ କୁମାର ଦ୍ୱିବେଦୀ, ମାନସ ଦାସ, ମମତା ସାମଲ , ରଞ୍ଜନ ଚୌଧୁରୀ, ଅଶୋକ ସେନାପତି, କୁଳମଣି ଚୌଧୁରୀ, ଭୀମ ମାଇତି, ଅଚିନ୍ତ ମାଇତି, ରାମଚନ୍ଦ୍ର ରାଉତଙ୍କ ସମେତ ଶତାଧିକ ଦଳୀୟ ଭାଜପା କର୍ମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

ବଏଲଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଶାନ୍ତି ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ପାଟଣାଗଡ ୨୧।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସିସ୍ଥିତ ହରିଶଙ୍କର ସମ୍ମିଳନୀ ସଦନଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦଶହରା ବଏଲଯାତ୍ରା ପାଇଁ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri