ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟର। ଗଣତନ୍ତ୍ରର ଏହି ମହାପର୍ବକୁ ନେଇ ଜନସାଧାରଣ ବେଶ୍‌ ଉତ୍ସାହିତ। ଏହି ପରିପ୍ରେକ୍ଷୀରେ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀର କେସିଙ୍ଗା ବ୍ଲକରେ ପ୍ରଚାର ମଇଦାନ କମ୍ପୁଛି। ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ନିର୍ବାଚନୀ ରଣାଙ୍ଗନରେ ଓହ୍ଲାଇଛନ୍ତି। ହେଲେ ନର୍ଲା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପ୍ରାର୍ଥୀ ମନୋରମା ମହାନ୍ତି ବେଲଖଣ୍ଡି ଧବଳେଶ୍ୱର ଶୈବ ପୀଠ ଅଞ୍ଚଳରେ ନିର୍ବାଚନ ପ୍ରଚାର ଜୋର୍‌ଦାର କରିଛନ୍ତି।

ଏପରି କି କଳାହାଣ୍ଡି ଲୋକସଭା ପ୍ରାର୍ଥୀ ଲମ୍ବୋଦର ନିଆଲ ଏବଂ ନର୍ଲା ବିଧାୟିକା ପ୍ରାର୍ଥୀ ମନୋରମା ମହାନ୍ତି ବେଲଖଣ୍ଡି ସ୍ଥିତ ଧବଳେଶ୍ବର ବାବା ଓ ମହାମାୟା ଚଣ୍ଡୀଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ଭିକ୍ଷା କରି ପ୍ରଚାର ଆରମ୍ଭ କରିଥିଲେ। ଶଙ୍ଖ ହେଉଛି ବିକାଶର ଚିହ୍ନ, ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ କରିବା ପାଇଁ ଆଶୀର୍ବାଦ କରିବାକୁ ଉଭୟ ପ୍ରାର୍ଥୀ ଜନତାଙ୍କୁ ନିବେଦନ କରିଥିଲେ

ଯୋଡ଼ି ଶଙ୍ଖରେ ବିଜେଡ଼ିର ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ଭୋଟ ଦେଇ ଜୟଯୁକ୍ତ କରିବାକୁ ପାଇଁ ଉଭୟେ ଭୋଟ ଭିକ୍ଷା କରିଥିଲେ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସତ୍ତ୍ୱେ ପ୍ରାର୍ଥୀ ଗାଁକୁ ଗାଁ ଯାଇ ଭୋଟ୍‌ ମାଗୁଛନ୍ତି।

ଉଭୟୀ ପ୍ରାର୍ଥୀ ନର୍ଲା ନିର୍ବାଚନ ମଣ୍ଡଳୀ କେସିଙ୍ଗା ବ୍ଲକ ଅଧୀନ ବେଲଖଣ୍ଡି, ହାତିଖୋଜ, ର୍ସିଜାପାଲି, ତୁଣ୍ଡଳାଓ ତୁର୍ଲାଖମନ ଆଦି ୫ଟି ପଞ୍ଚାୟତର ବିଭିନ୍ନ ଗାଁ ସହ ଘରକୁ ଘର ବୁଲି ଭୋଟ ଭିକ୍ଷା କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ପର୍ଯ୍ୟବେକ୍ଷକ ଭବାନୀଶଙ୍କର ନିଆଲଙ୍କ ସମେତ ଅଞ୍ଚଳର ତୃଣମୂଳ ସ୍ତରୀୟ କର୍ମକର୍ତ୍ତା ଏବଂ କର୍ମୀ ଉପସ୍ଥିତି ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri