ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମପ୍ରବାହ ଲାଗି ରହିଥିବା ସତ୍ତ୍ୱେ ବିଜେଡି ଭବାନୀପାଟଣା ବିଧାନସଭା ପ୍ରାର୍ଥିନୀ ବିଧାୟିକା ଲଳିତା ନାଏକ ଖରାତାତିକୁ ଭ୍ରୁକ୍ଷେପ ନ କରି ଦଳୀୟ ସମର୍ଥକଙ୍କ ସହ ପ୍ରଚାର ଅଭିଯାନ ଜୋର୍‌ଦାର କରିଛନ୍ତି।

କେସିଙ୍ଗା ବ୍ଲକର ରେଙ୍ଗାଲି,କଛାରପଦର, ଧୁଣ୍ଡିଆମୁଣ୍ଡା,ବୁଢ଼ୀପଦର, କଲୋନୀ ପଡ଼ା ଆଦି ଗ୍ରାମାଞ୍ଚଳରେ ପ୍ରଚାର କରିଛନ୍ତି। ଶଙ୍ଖ ଚିହ୍ନରେ ଭୋଟ୍‌ ବ୍ୟବଧାନରେ ବିଜୟୀ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ଲାଗି ରାଜ୍ୟ ଶାସନରେ କ୍ଷମତାସୀନ କରିବା ନିମନ୍ତେ ସଂକଳ୍ପବଦ୍ଧ ହେବା ଲାଗି ବିଭିନ୍ନ ଜନସଭାରେ ନିବେଦନ କରିଥିଲେ। ଏହି ପ୍ରଚାର ଅଭିଯାନରେ ବିଜେଡିର ଯୁବ ସଙ୍ଗଠନ ଭବାନୀ ସାହୁଙ୍କ ନେତୃତ୍ୱରେ ଏହି ବିଜେଡିର ପଦଯାତ୍ରା ଆରମ୍ଭ ହୋଇଥିଲା। ଲଳିତା ନାଏକ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଭ୍ରୁକ୍ଷେପ ନ କରି ଘରକୁ ଘର ବୁଲି ଭୋଟ୍‌ ଭିକ୍ଷା କରୁଥିବାର ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡିର ବହୁ କର୍ମୀ ଅଂଶଗ୍ରହଣ କରି ଗ୍ରାମ ଗ୍ରାମ ବୁଲି ଲୋକଙ୍କୁ ଭୋଟ୍‌ ଦେବା ପାଇଁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri