ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ

ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଥିବା ବେଳେ ଏବେ ଜଙ୍ଗଲରେ ଆହୁରି ଗଞ୍ଜେଇ ଚାଷ ହୋଇଥିବା ଜଣାପଡିଛି। ଏହା ପୋଲିସ ପାଇଁ ଚିନ୍ତାର କାରଣ ହୋଇଛି।

୭ ଦିନ ମଧ୍ୟରେ ୨ଟି ଜଙ୍ଗଲରୁ ଶତାଧିକ କେଜି ଗଞ୍ଜେଇ ଜବତ ହେବା ପୋଲିସ ପାଇଁ ମୁଣ୍ଡ ବ୍ୟଥାର କାରଣ ହୋଇଛି। ରବିବାର ଉକ୍ତ ଥାନା ଅଞ୍ଚଳ ରାଜନଗଡ଼ ଜଙ୍ଗଲରୁ ୧୯୧ କେଜି ଗଞ୍ଜେଇ ଜବତ ହୋଇଥିବା ଥାନା ଅଧିକାରୀ ଚିରଞ୍ଜିବି ବେହେରା କହିଛନ୍ତି। ସେ କହିଛନ୍ତି ଯେ, ଜଙ୍ଗଲରେ ବସ୍ତାରେ ଗଞ୍ଜେଇ ଭର୍ତ୍ତି କରି କେହି ଦୁର୍ବୁତ୍ତ ଲୁଚାଇ ରଖିଥିବା ପୋଲିସକୁ ଖବର ମିଳିଥିଲା। ସୂଚନା ପାଇ ଥାନା ଅଧିକାରୀ ଚିରଞ୍ଜିବି ବେହେରାଙ୍କ ନେତୃତ୍ୱରେ ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ସଦଳବଳ ଚଢ଼ାଉ କରି ଗଞ୍ଜେଇ ଜବତ କରିଥିଲେ।

ପୋଲିସ ଘଟଣାରେ ସମ୍ପୃକ୍ତ ମାଫିଆଙ୍କୁ ଧରିବା ନେଇ ତଦନ୍ତ ଆରମ୍ଭ କରିଛି। ଗତ ବୁଧବାର ପୋଲିସ ଉକ୍ତ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡିକିଆ ଜଙ୍ଗଲରୁ ୧୩୫ କେଜି ଗଞ୍ଜେଇ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri