ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଛି। ସୋମବାର ଭୋର ସମୟରେ ଟାଙ୍ଗୀ ଅବକାରୀ ବିଭାଗ କୌଣସି ବିଶେଷ ସୂତ୍ରରୁ ଖବରପାଇ ନିରାକାରପୁର ଲେବୁଲ୍‌ କ୍ରସିଂରୁ ଗଞ୍ଜେଇ ଭର୍ତ୍ତି ଏକ ବୋଲେରୋ ନଂ(OD-୧୩R-୫୯୬୪ )କୁ କାବୁକରିଥିଲେ। ଯାଞ୍ଚ ବେଳେ ଉକ୍ତ ଗାଡ଼ିରୁ ପ୍ରାୟ ୪ କୁଇଣ୍ଟାଲ ଗଞ୍ଜେଇ ସହ ୨ଟି ମୋବାଇଲ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଗିରଫ ଚାଳକଜଣଙ୍କ ହେଲେ ପୁରୀ ଜିଲା ବ୍ରହ୍ମଗିରି ଗୌଡ଼ସାହିର ପୂର୍ଣ୍ଣଚନ୍ଦ୍ର ଦେ।

ତେବେ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୪୫ ଲକ୍ଷରୁ ଊର୍ଦ୍ଧ୍ୱ ହେବବୋଲି ଟାଙ୍ଗୀ ଅବକାରୀ ବିଭାଗଠାରୁ ସୂଚନା ମିଳିଛି। ଏହି ଚଢ଼ାଉରେ ଟାଙ୍ଗୀ ଅବକାରୀ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତଥିଲେ ସମସ୍ତ ଷ୍ଟାଫ ସାମିଲଥିଲେ। ଗଞ୍ଜେଇ ଶେରଗଡ଼ରୁ ଆସୁଥିଲା ଯାହା ପୁରୀ ଜିଲା ବ୍ରହ୍ମଗିରିକୁ ଯାଇଥାନ୍ତା । ତେବେ ଏଥିରେ ପ୍ରାୟ ୧୬ ବସ୍ତା ଗଞ୍ଜେଇ ରହିଥିବା କୁହାଯାଇଛି। କେସ୍‌ ୧୧୯/୨୫ରେ ମାମଲା ରୁଜୁ ହୋଇ ତଦନ୍ତ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri