ଜଙ୍ଗଲ ଭିତରେ ଗଞ୍ଜେଇ ବସ୍ତା, ପାଟ୍ରୋଲିଂ ବେଳେ ଜବତ କଲା ପୋଲିସ

ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ପାଡ଼ିକିଆ ଜଙ୍ଗଲରୁ ଗଞ୍ଜେଇ ଭର୍ତ୍ତି ବସ୍ତାକୁ ପୋଲିସ ଜବତ କରିଛି। ଗଞ୍ଜେଇର ଓଜନ କ୍ୱିଣ୍ଟାଲ ୩୫ କେଜି ବୋଲି ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜୀବ ବେହେରା କହିଛନ୍ତି।
ପ୍ରକାଶ ଯେ, ଉକ୍ତ ଜଙ୍ଗଲରେ ପରିତ୍ୟକ୍ତ ଅବସ୍ଥାରେ ୪ଟି ପ୍ଲାଷ୍ଟିକ୍‌ ବସ୍ତାରେ ଗଞ୍ଜେଇ ଭର୍ତ୍ତି କରି କୌଣସି ସ୍ଥାନକୁ ବିକ୍ରି ପାଇଁ ପଠାଯିବାକୁ କେହି ଦୁର୍ବୃତ୍ତ ରଖିଥିବା ପୋଲିସକୁ ଖବର ପହଞ୍ଚିଥିଲା। ଖବର ପାଇ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜୀବ ବେହେରା, ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି, ହୋମଗାର୍ଡ ସୁରେଶ ମଳିକ, ଜିତେନ୍ଦ୍ର ରାଜଗୁରୁ ସଦଳବଳ ଉକ୍ତ ଜଙ୍ଗଲରେ ପହଞ୍ଚି ଗଞ୍ଜେଇ ଭର୍ତ୍ତି ବସ୍ତା ଜବତ କରିଥିଲେ। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ପୋଲିସ କହିଛି। ଏତେ ସଂଖ୍ୟା ଓ ଲକ୍ଷାଧିକ ତାଙ୍କର ଗଞ୍ଜେଇ ଜିଲା ତଥା ରାଜ୍ୟ ବାହାରକୁ ଚାଲାଣ ପାଇଁ ଦୁର୍ବୃତ୍ତମାନେ ଗଞ୍ଜେଇ ଚାଷରୁ ଅମଳ କରି ଏକାଠି ରଖିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରିବା ସହ ଉକ୍ତ ଅଞ୍ଚଳରେ ଏହା ଚାଷ ହେଉଛି ନା ଅନ୍ୟ କେଉଁ ଜଙ୍ଗଲରୁ ଅମଳ ପରେ ଆଣି ଏଠି ରଖାଯାଇଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ଏନେଇ ଥାନାରେ ଏକ ମାମଲା୧୧୮/୨୪ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚାଲିଛି ବୋଲି ପୋଲିସ ପ୍ରତିକ୍ରିୟାରେ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଟ୍ରକ ଘଟଣାରେ ଜଣେ ଗିରଫ ଜଣେ ଫେରାର

ଗୋପାଳପୁର, ୧୭।୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଶନିବାର ବିଳମ୍ବିତ ରାତିରେ ହଳଦିଆପଦର ଗ୍ରାମ ନିକଟରେ ପାର୍କିଂ ଅବସ୍ଥାରେ ଥିବା ଏକ ଟ୍ରକ ଚୋରି...

ଜନ୍ମ ଦିନରେ ମା’ ହିରାବେନଙ୍କୁ ମନେ ପକାଇଛନ୍ତି ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର...

ଦାରିଙ୍ଗବାଡିରେ ମହିଳାଙ୍କ ବଢ଼ିଲା ଉତ୍ସାହ: ସୁଭଦ୍ରା ଟଙ୍କାପାଇ..

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ ପଡିଆଠାରେ ସୁଭଦ୍ରା ଯୋଜନାର ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡ଼ିିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକଙ୍କ...

କାରଖାନାରେ ଅଘଟଣ: ଷ୍ଟ୍ରକ୍ଚର ପଡ଼ି ଚାଲିଗଲା ୨ ଶ୍ରମିକଙ୍କ ଜୀବନ, ୫ ଗୁରୁତର

ଝାରସୁଗୁଡ଼ା,୧୭।୯: ଝାରସୁଗୁଡ଼ା ଜିଲା ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କାରଖାନାରେ ଷ୍ଟ୍ରକ୍ଚର ପଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ...

ମୋଦିଙ୍କ ଜନ୍ମଦିନକୁ ବିରୋଧ କରି ଚା’ ବିକିଲେ ଯୁବ କଂଗ୍ରେସ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ହୁ ହୁ ହୋଇ ଶିକ୍ଷିତ ବେକାରୀ ସମସ୍ୟା ବଢ଼ିବାରେ ଲାଗିଛି। ଯାହାକି ଯୁବତୀ, ଯୁବକମାନଙ୍କ ମଧ୍ୟରେ ଚିନ୍ତାର କାରଣ ହୋଇଛି।...

ଅଘଟଣ: ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

ବାରିପଦା,୧୭।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର...

PM Modi to launch Subhadra Yojana

ଖାତାକୁ ଆସିଲା କି’ ସୁଭଦ୍ରା ଟଙ୍କା…

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର...

ଆଜି ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ଖଣ୍ଡପଡ଼ା,୧୭।୯(ଅଜୟ କୁମାର ମହାରଣା): ନିର୍ଦ୍ଧାରିତ ସୂଚନାକ୍ରମେ ଦୀର୍ଘ ୪୫ ଦିନ ପରେ ବିରୋଧୀ ବିଜେଡି କାଉନ୍‌ସିଲରଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଖଣ୍ଡପଡ଼ା ଏନ୍‌ଏସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri