କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି। ଫଳରେ ମାଣିଆବନ୍ଧ ଥାନା ଅନ୍ତର୍ଗତ ବାଙ୍ଗରସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା କଟକ ଜିଲା ବିଜେଡି ଉପସଭାପତି ସଞ୍ଜୟ କୁମାର ସ୍ବାଇଁ (୫୨)ଙ୍କ ମୃତ୍ୟୁ ଘଟିଛି। କାର୍‌ରେ ତାଙ୍କ ସହ ଥିବା ବନ୍ଧୁ ତଥା ଖବରଦାତା, ପ୍ରମୋଦ ପଣ୍ଡାଙ୍କ ସମେତ ଅନ୍ୟ ୨ ଜଣ ଆହତ ହୋଇଛନ୍ତି।
ସୋମବାର ସାରେ ସଞ୍ଜୟ ଓ ଅନ୍ୟମାନେ ଢେଙ୍କାନାଳରୁ ବଡ଼ମ୍ବା ଫେରୁଥିଲେ। ସଞ୍ଜୟ କାର୍‌ ଚଲାଉଥିଲେ। ରେଙ୍ଗାଲି ଦକ୍ଷିଣ କେନାଲ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ପାଣି ଭିତରକୁ ପଶିଯାଇଥିଲା। ବୁଡିଯାଇଥିବା କାର୍‌ରୁ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାରକରି ତିଗିରିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସଞ୍ଜୟ ଓ ପ୍ରମୋଦଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସଞ୍ଜୟଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ଗ୍ରାମରେ ପହଞ୍ଚତ୍ବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଖବରପାଇ ବିଜେଡି ସମନ୍ନୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, ବଡ଼ମ୍ବା ବିଧାୟକ ବିଜୟ କୁମାର ଦଳବେହେରା, ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି, କଟକ ଜିଲା ଭାଜପା ଉପସଭାପତି ବିଭୁଦତ୍ତ ପଟ୍ଟନାୟକ, ବଡ଼ମ୍ବା ବ୍ଲକ ବିଜେଡି ସଭାପତି ରବୀନ୍ଦ୍ର କୁମାର ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ସ୍ବାଇଁ, ଭାଜପା ନେତା ଭଗବାନ ପରିଡ଼ାଙ୍କ ସମେତ ବହୁ ରାଜନୈତିକ ବ୍ୟକ୍ତି ସଞ୍ଜୟଙ୍କ ବାସଭବନରେ ପହଞ୍ଚତ୍ ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ଗ୍ରାମ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ବଡ଼ପୁଅ ବିଶ୍ୱଜିତ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri