ମୋଟରସାଇକେଲ୍‌କୁ ଧକ୍କାଦେଲା କାର୍‌: ଜଣେ ମୃତ, ଜଣେ ଆହତ

ପଟାଙ୍ଗି,୩୦ା୩(ଶରତ ଧଳ): ଯାତ୍ରା ଦେଖି ଘରକୁ ଫେରିବା ହେଲା କାଳ। ଏହିପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଟାଙ୍ଗିଣି ଘାଟିରେ।

ସୂଚନାନୁଯାୟୀ, ଉକ୍ତ ବ୍ଲକର ସୁଙ୍କି ପଞ୍ଚାୟତ ସଦର ମହକୁମାରେ ହେଉଥିବା ମା’ ଭୈରବୀ ଠାକୁରାଣୀ ଯାତ୍ରା ଦେଖି ଉକ୍ତ ବ୍ଲକର ଅନ୍ୟତମ ପଞ୍ଚାୟତ ଦେଓପଟ୍ଟାଙ୍ଗିର ଲିଙ୍ଗାମଗୁଡି ଗ୍ରାମର ବିଶ୍ୱନାଥ ଗେମେଲ ଏବଂ ରାଲେଗଡ଼ା ପଞ୍ଚାୟତର ତେଲରାଇ ଗ୍ରାମର ନବୀନ ପାଙ୍ଗି ଦୁହେଁ ନିଜ ମୋଟରସାଇକେଲ ନଂ ଓଡି ୧୦ ଟି ୨୨୧୫ ଯୋଗେ ଶୁକ୍ରବାର ବିଳମ୍ବିତ ରାତିରେ ଫେରୁଥିବା ବେଳେ ହଠାତ୍‌ ପଛପଟରୁ ଦ୍ରୁତଗତିରେ ଆସୁଥିବା ଏକ କାର୍‌ ମୋଟରସାଇକେଲ୍‌କୁ  ଧକ୍କା ଦେଇଥିଲା। ଫଳରେ ଜାତୀୟ ରାଜପଥର ଟାଙ୍ଗିଣି ଗ୍ରାମ ଛକ ତଥା ଘାଟିର ଏକ ବୁଲାଣିଆ ରାସ୍ତାରେ ଉକ୍ତ ମୋଟରସାଇକେଲଟି ଭାରସାମ୍ୟ ହରାଇ ରହିଥିବା ଏକ କଲଭର୍ଟକୁ ଧକ୍କା ଦେଇଥିଲା। ଏହି ସମୟରେ ମୋଟରସାଇକେଲ ଚାଳକ ବିଶ୍ୱନାଥଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ମୋଟରସାଇକେଲ ପଛପଟରେ ବସିଥିବା ନବୀନଙ୍କୁ ସାମାନ୍ୟ ଆଘାତ ଲାଗିଥିଲା। ସେହି ଆହତ ନବୀନ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଡକାଇ ଗଭୀର ଆଘାତ ଲାଗିଥିବା ବିଶ୍ୱନାଥଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନେବା ସମୟରେ ବିଶ୍ୱନାଥଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ସ୍ଥାନୀୟ ଥାନାଧିକାରୀ ଚତୁର୍ଭୁଜ ନାୟକଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ କର୍ମଚାରୀ ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରିଛନ୍ତି। ଏଥିସହ ଉକ୍ତ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି

କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ...

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ...

ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୨୩ା୧୨: କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢ଼ାଡଙ୍ଗର ଲୋକ ମହୋତ୍ସବ ପ୍ରଥମ ଦିବସରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ରବିବାର ଅନୁଷ୍ଠିତ...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri