ଚକା ଫାଟି ଓଭର ବ୍ରିଜ ତଳକୁ ଖସିଲା କାର: ଜଣେ ମୃତ, ୩ ଗୁରୁତର

ନିରାକାରପୁର,୧୯।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଚକା ଫାଟିଯିବାରୁ କାରଟି ଭାରସାମ୍ୟ ହରାଇ ଓଭରବ୍ରିଜ ତଳକୁ ଖସି ପଡିଛି। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କଟକ ଜଲା ବାଙ୍କୀ ଥାନା ଅଧୀନ ସାମନ୍ତରାୟପୁର ଗ୍ରାମର ସୂର୍ଯ୍ୟକାନ୍ତ ରଥଙ୍କ ସ୍ତ୍ରୀ ବିଷ୍ଣୁପ୍ରିୟା ରଥ (୪୬)।

ଜଙ୍କିଆ ପୋଲିସ ସୂଚନା ମୁତାବକ, ଓଆର୧୯ଏନ୍‌-୩୨୩୩ ନମ୍ବର ବିଶିଷ୍ଟ ଏକ କାରରେ ପାରିକୁଦରୁ ଏକ ପରିବାର କଟକ ଯାଉଥିଲେ। ହେଲେ ୧୬ନମ୍ବର ଜାତୀୟ ରାଜପଥର ଉଗ୍ରତାରା ଛକ ଓଭରବ୍ରିଜଠାରେ କାର ଏକ ଚକ ଫାଟି ଯାଇଥିଲା। ଫଳରେ କାରଟି ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସି ପଡିଥିଲା। ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ କାରରେ ଥିବା ଅନ୍ୟ ୩ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ଏମ୍ସ ଡାକ୍ତରଖାନାକୁ ପଠାଯାଇଛି। ପୋଲିସ ମୃତଦେହ ଜବତ କରି ଖୋର୍ଦ୍ଧା ଡାକ୍ତରଖାନା ପଠାଇଛି। ଏନେଇ ଜଙ୍କିଆ ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଥିବା ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞାଋତୁମ୍ଭରା କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri