କେୟାର ହସ୍ପିଟାଲର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ କେୟାର ହସ୍ପିଟାଲ ପକ୍ଷରୁ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଏବଂ ରୋବୋଟିକ୍‌ ପଦ୍ଧତିରେ କିଭଳି ବିଭିନ୍ନ ପ୍ରକାର ଆଣ୍ଠୁ ଅପରେଶନ କରାଯାଇପାରୁଛି ସେ ସମ୍ପର୍କରେ ନେଇ ଏକ ସଚେତନତା ସୃଷ୍ଟି କରିବା ପାଇଁ ଏହି କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ଅନେକ ବୁଦ୍ଧିଜୀବୀ, ଡାକ୍ତର ଏବଂ ଆଣ୍ଠୁ ଅପରେଶନ ହୋଇଥିବା ରୋଗୀମାନେ ଯୋଗଦାନ କରିଥିଲେ।
ଏହି ଅବସରରେ ଲୋକ ସଭା ସଦସ୍ୟ ତଥା ଭାଜପାର ଜାତୀୟ ଉପାଧକ୍ଷ ବୈଜୟନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଭବିଷ୍ୟତରେ ଭାରତର ସ୍ବାସ୍ଥ୍ୟସେବା ଏଆଇ ଏବଂ ରୋବୋଟିକ୍‌ ପଦ୍ଧତି ଉପରେ ନିର୍ଭରକରିବ। ଫଳରେ ଅନେକ ଜଟିଳ ଅପରେଶନ କରାଯାଇପାରିବ। ସେହିଭଳି କେୟାର ହସ୍ପିଟାଲର ଏଚ୍‌ସିଓଓ କିସ୍‌ଲେ ଆନନ୍ଦ ଏହି ସଫଳତା ପାଇଁ ଡାକ୍ତର ସନ୍ଦୀପ ସିଂହ ଓ ତାଙ୍କ ପୂରା ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହ ଏଆଇ ଏବଂ ରୋବୋଟିକ୍‌ ପଦ୍ଧତି ସାହାଯ୍ୟରେ ସଫଳତାର ସହିତ ଆଣ୍ଠୁ ଅପରେଶନ କରିବା କେବଳ ଓଡ଼ିଶାରେ ନୁହେଁ ସମଗ୍ର ଭାରତ ପାଇଁ ଏକ ଗୌରବର କଥା। ତା’ସହ କେୟାର ହସ୍ପିଟାଲରେ ଥିବା ଅତ୍ୟାଧୁନିକ ଅପରେଶନ ଥିଏଟର ଏବଂ ଅଭିଜ୍ଞ ଡାକ୍ତର ଓ ନର୍ସି ଟିମ୍‌ ଦ୍ୱାରା ଏହି ସଫଳତା ସମ୍ଭବ ହୋଇଛି। ସେହିପରି କେୟାର ହସ୍ପିଟାଲର ବରିଷ୍ଠ ଅସ୍ଥିଶଲ୍ୟ ବିଶେଷଜ୍ଞ ତଥା ବିଭାଗୀୟ ମୁଖ୍ୟ ଡା. ସନ୍ଦୀପ ସିଂହଙ୍କ ମତରେ ପାରମ୍ପରିକ ସର୍ଜରି ତୁଳନାରେ ଏଆଇ ଏବଂ ରୋବୋଟିକ୍‌ ପଦ୍ଧତିରେ ଅପରେଶନ କଲେ ଏହାର ସଫଳତା ହାର ବେଶ୍‌ ଅଧିକ। ଏଥିରେ ରୋଗୀଙ୍କୁ ଅଧିକ ଦିନ ହସ୍ପିଟାଲରେ ରହିବାକୁ ପଡ଼ି ନ ଥାଏ ଏବଂ ଶୀଘ୍ର ପୂର୍ବ ଭଳି ନିଜର ସମସ୍ତ କାମ ନିଜେ କରି ପାରିବେ। ଆଣ୍ଠୁ ପ୍ରତିରୋପଣଠାରୁ ଆରମ୍ଭକରି କ୍ରୀଡ଼ାଜନିତ ଆଘାତର ସଫଳ ଚିକିତ୍ସା ଏଆଇ ଏବଂ ରୋବୋଟିକ୍‌ ପଦ୍ଧତିରେ କରାଯାଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri