Posted inଜାତୀୟ

ବିବାହର ପ୍ରତିଶ୍ରୁତି ଦେଇ ମହିଳା ଡାକ୍ତରଙ୍କୁ ବଳାତ୍କାର ଅଭିଯୋଗ; IPS ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ

ନାଗପୁର,୧୩।୪: ମହାରାଷ୍ଟ୍ରର ନାଗପୁରରେ ମହିଳା ଡାକ୍ତରଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ୩୦ ବର୍ଷୀୟ IPS ଅଧିକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛି ପୋଲିସ। ଶୁକ୍ରବାର (ଏପ୍ରିଲ ୧୧) ୨୮ ବର୍ଷୀୟ ମହିଳା ନାଗପୁରର ଇମାମୱାଡା ପୋଲିସ ଷ୍ଟେସନରେ ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁଯାୟୀ, ଯୁବତୀ ଜଣକ ପୋଲିସ ଅଧିକାରୀଙ୍କ ସହିତ ନଭେମ୍ବର ୨୦୨୨ ରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ମାଧ୍ୟମରେ ସମ୍ପର୍କରେ ଆସିଥିଲେ। ଅଭିଯୁକ୍ତ ସେତେବେଳେ ୟୁନିଅନ ପବ୍ଲିକ୍ ସର୍ଭିସ କମିଶନ (UPSC) ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ, ଯେତେବେଳେ ମହିଳା ଜଣକ MBBS ପାଠ୍ୟକ୍ରମ କରୁଥିଲେ, ପୋଲିସ କହିଛି।

ସେମାନଙ୍କର ଅନଲାଇନ୍ କଥାବାର୍ତ୍ତା ଶୀଘ୍ର ଫୋନ୍ କଲରେ ପରିଣତ ହୋଇଥିଲା। ବନ୍ଧୁ ହେବା ପରେ, ଅଭିଯୁକ୍ତ ମହିଳାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ଏବଂ ତାଙ୍କ ସହିତ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲେ,। ତେବେ ଭାରତୀୟ ପୋଲିସ ସେବା (IPS) ପାଇଁ ଚୟନ ହେବା ପରେ, ଅଭିଯୁକ୍ତ ଅଣଦେଖା କରିବା ଆରମ୍ଭ କରିଥିଲେ ଏବଂ ତାଙ୍କୁ ବିବାହ କରିବାକୁ ମନା କରିଥିଲେ।

ପୁରୁଷଙ୍କ ପରିବାର ମଧ୍ୟ ମହିଳାଙ୍କ କଥାର କୌଣସି ଉତ୍ତର ଦେଇ ନଥିଲେ, ଯାହା ଫଳରେ ସେ ବାଧ୍ୟ ହୋଇ ଇମାମୱାଡା ପୋଲିସ ନିକଟରେ ଅଭିଯୋଗ କରିଥିଲେ। ମହିଳା ଡାକ୍ତରଙ୍କ ଅଭିଯୋଗକୁ ଆଧାର କରି ଶନିବାର ଆଇପିଏସ ଅଧିକାରୀଙ୍କ ବିରୁଦ୍ଧରେ ବଳାତ୍କାର ଅଭିଯୋଗରେ ଏକ ମାମଲା ରୁଜୁ କରାଯାଇଛି ଏବଂ ଅଧିକ ତଦନ୍ତ ଚାଲିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ରାଷ୍ଟ୍ର ହେବା ପାଇଁ ବର୍ଷକୁ ୮ ନିୟୁତ ନିଯୁକ୍ତି ସୃଷ୍ଟି ଆବଶ୍ୟକ: ସିଇଏ

ନୂଆଦିଲ୍ଲୀ,୨୨।୪: ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ କରିବାକୁ ହେଲେ ବର୍ଷକୁ ୮ ନିୟୁତ ହିସାବରେ ଅନୂ୍ୟନ ପରବର୍ତ୍ତୀ ୧୦ରୁ ୧୨...

ନିର୍ବାଚନ କମିଶନ ସାଲିସ୍‌ କରିଛନ୍ତି

ବାଷ୍ଟନ/ନୂଆଦିଲ୍ଲୀ,୨୨।୪: ଆମେରିକା ଗସ୍ତରେ ଯାଇଥିବା କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସେଠାର ଏକ କାର୍ଯ୍ୟକ୍ରମରେ ଭାରତର ନିର୍ବାଚନ କମିଶନଙ୍କ...

କିପରି ହୁଏ ନୂଆ ପୋପ୍‌ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍‌ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍‌ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image