ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ସବୁ ଲୋକାଲ କେସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସବୁ ଲୋକାଲ କେସ୍‌ ଥିବା ଜଣା ପଡ଼ିଛି। ସେହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୮୪୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୧୩୭୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 

Share