ବାଲେଶ୍ୱର

ବଜ୍ରପାତରେ ଦମ୍ପତି ସମେତ ୩ ମୃତ, ଜଣେ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୧୬ା୭ (ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକର ବିଭିନ୍ନ ସ୍ଥାନରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଏକ ଦମ୍ପତି ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ...

ଐତିହ୍ୟସ୍ଥଳୀର ସୁରକ୍ଷା, ମୂର୍ତ୍ତି ଚୋରି ର଼୍ୟାକେଟ୍‌ ସନ୍ଧାନ ନେଇ ଦାବିପତ୍ର

ଭଦ୍ରକ ଅଫିସ, ୧୭।୭: ଭଦ୍ରକ ଜିଲାର ପ୍ରସିଦ୍ଧ ଐତିହ୍ୟସ୍ଥଳୀରୁ ଗତ କିଛିବର୍ଷ ଧରି ଦୁର୍ଲଭ ଭାସ୍କର୍ଯ୍ୟରାଜି ମୂର୍ତ୍ତି ଚୋରି ହେବାରେ ଲାଗିଛି। ଏହାମଧ୍ୟରେ ଜଣେ ମଧ୍ୟ ଚୋରକୁ ଧରିବାରେ ଜିଲା ପୋଲିସ ସକ୍ଷମ ହୋଇପାରି ନାହିଁ। ବୁଧବାର ଭଦ୍ରକ ଇନ୍‌ଟାକ୍‌...

ଟ୍ରକ୍‌ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ: କାର୍ଯ୍ୟାଳୟରେ ଉତ୍ତେଜନା

ବଡ଼ବିଲ,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମାଇନିଂ ଏରିଆ ଟ୍ରକ ଓନର୍ସ ଆସୋସିଏଶନର ୨ ଗୋଷ୍ଠୀ ବୁଧବାର କୌଣସି କାରଣକୁ ନେଇ ମୁହାଁମୁହିଁ ହୋଇଛନ୍ତି। ଏ ନେଇ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ଚାପା ଉତ୍ତେଜନା ଦେଖାଦେଇଛି । ଖବରପାଇ କାର୍ଯ୍ୟାଳୟ ପରିସରରେ...

ହାଓଡା ଢୁଲାଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ, ୧୭।୭ – କଲିକତା ହାଓଡା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୪ ଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ...

ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଧାମନଗର, ୧୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପନ୍ଦରବାଟିଆ ନୋଡାଲ ବିଦ୍ୟାଳୟରେ ଶିକ୍ଷକଙ୍କ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ସେକ୍‌ ଅବଦୁଲ ଖଲିଫ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ...

କୂଅରେ ପଡି ବୃଦ୍ଧା ମୃତ

ପାଟଣା,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ପାତ୍ରସାହିରେ ମଙ୍ଗଳବାର ରାତିରେ ଜଣେ ୭୦ ବର୍ଷୀୟା ବୃଦ୍ଧା କୂଅରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁବାସ ପାତ୍ର ଓରଫ ବୁଇ ପାତ୍ର। ପରେ ତାଙ୍କ...

ଶ୍ୱଶୂରଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଛାଡ଼ି ଯାଇଥିବା ଜ୍ୱାଇଁଙ୍କ ମୃତ୍ୟୁ: ପୋଲିସ ମାଡ଼ରେ ମୃତ୍ୟୁ ଘଟିଥିବା କହିଲେ ସ୍ତ୍ରୀ

ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର ପୌରାଞ୍ଚଳ ଅଧୀନ ଫକୀରପୁର ଗ୍ରାମରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମଣ୍ଟୁଣି ଦାଶଙ୍କୁ...

ସୋଲାର ସିଷ୍ଟମ୍‌ ନଳକୂପ ଅଚଳ: ଫେଲ୍‌ ମାରିଛି ଯୋଜନା

ଝୁମ୍ପୁରା, ୧୭।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖଣି କ୍ଷତିଗ୍ରସ୍ତ ଅଞ୍ଚଳ ଭାବେ ପ୍ରଥମ ଭାଗରେ ଚିହ୍ନଟ ହୋଇଥିବା ୫ଟି ପଞ୍ଚାୟତ (ବସନ୍ତପୁର, ମଲଦା, ନୟାଗଡ, କୁଟୁଗାଁ, ନିଶ୍ଚିନ୍ତପୁର) ବାସିନ୍ଦାଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଗଭୀର...

ବ୍ୟାଙ୍କ ପରିଚାଳକଙ୍କୁ ଘେରିଲେ ମହିଳା

ବାହାନଗା, ୧୭।୭(ଡି.ଏନ.ଏ.)-ଋଣ ନ ପାଇ ବାହାନଗା ବ୍ଲକ ଚିତ୍ତଳ ଗ୍ରାମର ‘ଜୟ ମହାବୀର’ ମହିଳା ଗ୍ରୁପ୍‌ର ସଦସ୍ୟାମାନେ ମଙ୍ଗଳବାର ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପରିଚାଳକଙ୍କୁ ଘେରିଥିଲେ। ଶାଖା ପରିଚାଳକଙ୍କ କଥାରେ ମହିଳାମାନେ ରାଜି ନ ହୋଇ ଶେଷରେ ଆକାଉଣ୍ଟ ବନ୍ଦ...

ସରକାରୀ ଜମିରୁ ମୋରମ ଲୁଟ୍‌: ରାଜସ୍ବ ହରାଉଛନ୍ତି ସରକାର

ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍‌ କରାଯାଉଛି। ସରକାର ହଜାର ହଜାର ଟଙ୍କାର ରାଜସ୍ବ ହରାଉଥିବା ବେଳେ ପ୍ରଶାସନ ଜାଣି...

ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ

ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି ପଞ୍ଚାୟତର ତେନ୍ତୁଳିଆ, କୁଳିଦା, ଆଗ୍ରଡ଼ା ଆଦି ଗ୍ରାମରେ ଉପତ୍ାତ କରିବା ସହିତ ରାସ୍ତାରେ...

ଧରାପଡିଲେ ଚୋରଗ୍ୟାଙ୍ଗ: ୯ ଗିରଫ, ୩୯ ମୋବାଇଲ, ୩ ବାଇକ ଜବତ

ବାଲେଶ୍ୱର ଅଫିସ, ୧୬।୭-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଏକ ଚୋରଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ୯ଜଣ ଚୋର ଅଛନ୍ତି। ସେମାନଙ୍କଠାରୁ ୩୯ ମୋବାଇଲ, ୩ ବାଇକ୍‌ ଜବତ କରାଯାଇଥିବା ମଙ୍ଗଳବାର ଅପରାହ୍ନରେ ଆୟୋଜିତ ଖବରଦାତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri