କେନ୍ଦୁଝର

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆଜି ସକାଳେ ହଠାତ ତାଙ୍କ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ କଂଗ୍ରେସର ଭଦ୍ରକ, ମୟୂରଭଞ୍ଜ, ବାଲେଶର ଜିଲାର ପ୍ରଭାରୀ ଦାୟିତ୍ୱରେ ଥିଲେ। ଏପରିକି ସେ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ ସେ ଜିଲାପାଳ ବିଶାଲ ସିଂହଙ୍କ ନିକଟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ତୃଣମୂଳସ୍ତରରେ ଚାଷୀମାନେ ସୁଫଳ ପାଉନାହାନ୍ତି। ୧୫...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା ଆଇନଜୀବୀ ଦିବସ ପାଳନ କରାଯିବା ସହ ସଂଘର ବରିଷ୍ଠ ସଦସ୍ୟ ନାରାୟଣ ପ୍ରଧାନ...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ବାଉଁଶୁଳି ଗ୍ରାମର ଶଙ୍କାରୀ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି। ଭାଜପା ଚମ୍ପୁଆ ନିର୍ବାଚନମଣ୍ଡଳୀ ପାଇଁ ଡ. ମୁରଲୀ ଶର୍ମାଙ୍କ ଉପରେ ପୁଣି ଭରସା...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇ ସିଟ୍‌ ପାଇଁ ବିଜେଡି ଓ କଂଗ୍ରେସ...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ ଗିରଫ କରିଛି। ଗତ ୨୫ ତାରିଖ ଅପରାହ୍ନରେ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ, କୂଅ, ପୋଖରୀ ଓ ଜଳଭଣ୍ଡାରରେ ଜଳସ୍ତର ହ୍ରାସ ପାଇବା ସହ ଶୁଖିବାକୁ ବସିଛି।...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ ଜନଜାତି ଜୁଆଙ୍ଗମାନେ ଏବେ ମଧ୍ୟ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ପ୍ରଶାସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri