ଆମ ଜିଲା ଖବର

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ, ଅବକାରୀ ଟିମ୍‌ ଚଢ଼ାଉ କରିଥିଲା। ବ୍ରାଉନସୁଗାର ଜବତ କରିଥିବା ଅବକାରୀ ଟିମ୍‌ କହୁଥିବା...

ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି

କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ। ଏପରିକି...

ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୨୩ା୧୨: କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢ଼ାଡଙ୍ଗର ଲୋକ ମହୋତ୍ସବ ପ୍ରଥମ ଦିବସରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ରବିବାର ଅନୁଷ୍ଠିତ ବୁଢ଼ାଡଙ୍ଗର ଲୋକ ମହୋତ୍ସବରେ ଢୋଲ ନିଶାନରେ ମଞ୍ଚ ଦୁଲୁକିଥିଲା। ସକାଳୁ ଅନୁଷ୍ଠାନ ପରିସରରେ...

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ ବନକର୍ମଚାରୀବୃନ୍ଦ ଜବତ କରିଛନ୍ତି। ନୂଆପଡ଼ା ବନପାଳ ଇ.ଗଣେଶ, ବନରକ୍ଷୀ ବିରଞ୍ଚି କୁମାର ବିଶି,...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ ସମୟରେ ଚାଷୀ ତା’ର ଅମଳ ଧାନକୁ କାଟି ମଣ୍ଡିରେ ନେଇ ବିକ୍ରି କରିଥାନ୍ତା,...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ ହେବ। ଏସ୍‌ସିବି କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଅପରପକ୍ଷରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ ବେଶ୍‌ ଉତ୍ସାହିତ ଅଛନ୍ତି। ଏହି ଦିନରେ ଲୋକମାନେ ବିଭିନ୍ନ ସ୍ଥାନକୁ ଯାଇ ବୁଲାବୁଲି...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ରମ୍ଭା ନିକଟ ହରିପୁର ବୁରୁଡିର...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬ ଜଣ ମୁକୁଳିଛନ୍ତି। ପ୍ରତି ବଦଳରେ ଅନ୍ୟ ୬ ଜଣ ନାବିକ ଜାହାଜରେ ପ୍ରବେଶ...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌ କରାଯାଇ ତାକୁ ଶିମିଳିପାଳ ଅଭୟାରଣ୍ୟ ଫେରାଇ ଅଣାଯିବା ନେଇ ଏକ ସ୍ବତନ୍ତ୍ର ଟିମ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର କରିବା ଘଟଣାକୁ ନିନ୍ଦା କରିଛନ୍ତି ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସ।...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି ଓଡ଼ିଆ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନ୍ନାଥ’ କହି ଅଭିନନ୍ଦନ ଜଣାଇଥିଲେ। ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri