ଆମ ଜିଲା ଖବର

ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ ସାମନ୍ତରାୟ ସୋମବାର ଏହି କ୍ଷମତା ପ୍ରୟୋଗ କରି କୁଞ୍ଜବନ ଓ ବାମ୍ବଡା ଗ୍ରାମର...

ସମ୍ଭାବ୍ୟ ବାତ୍ୟା ପାଇଁ ୨ଦିନ ରଥ ନିର୍ମାଣ ବନ୍ଦ

ପୁରୀ ଅଫିସ,୧୮ା୫:-ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ କିପରି ମୁକାବିଲା କରାଯାଇପାରିବ ସେନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଯଦିଓ ଏହାର ପ୍ରଭାବ ସିଧାସଳଖ ପୁରୀ ଉପରେ ପଡ଼ିବ ନାହିଁ ବୋଲି କୁହାଯାଉଛି ତେବେ ବର୍ଷା, ପବନ ହେବାର...

କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ

ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ ବୋର୍ଡ ଠେଙ୍ଗାଚୁଲା ଅଞ୍ଚଳରେ ୧୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଭୋକ ଉପାସରେ କାଳାତିପାତ କରୁଛନ୍ତି।...

ସିଡ଼ିଏମଓଙ୍କୁ ସ୍ବାସ୍ଥ୍ୟକର୍ମୀ ଦେଲେ ଦାବିପତ୍ର

ବରଗଡ଼ ଅଫିସ୍‌,୧୮।୫: ସରକାର ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ଯୋଦ୍ଧା ଭାବେ ଅଭିହିତ କରିଛନ୍ତି । ଏହା ସହିତ ଅଗ୍ରୀମ ଦରମା ପ୍ରଦାନ ପାଇଁ ମଧ୍ୟ ଘୋଷଣା ହୋଇଛି । ମାତ୍ର କରୋନା ମୁକାବିଲା ସମୟରେ ସ୍ବାସ୍ଥ୍ୟକର୍ମୀମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗରୁ ବଞ୍ଚିତ...

ପ୍ରବାସୀଙ୍କୁ ଅଧାବାଟରେ ଛାଡି ଚାଲିଗଲା ବସ୍‌

ଜୁନାଗଡ଼,୧୮।୫(ଡି.ଏନ୍‌.ଏ.): ଚେନ୍ନାଇରେ ଫସି ରହିଥିବା କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୧ ଜଣ ଓ ଜୁନାଗଡ଼ ବ୍ଲକର ଜଣେ ପ୍ରବାସୀ ସୋମବାର ଏକ ବସ୍‌ ଭଡା କରି ଫେରୁଥିଲେ। ବସ୍‌ ଚାଳକ ରୁଟ୍‌ ପରମିଟ ସମୟ ସୀମା କମ୍‌ ଥିବା...

ଏସ୍‌ଏଚ୍‌ଜି କିଣିବେ ଲଘୁ ବନଜାତ ଦ୍ରବ୍ୟ

ସମ୍ବଲପୁର,୧୮।୫(ବ୍ୟୁରୋ): ଆଦିବାସୀମାନେ ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି। ହେଲେ ଉପଯୁକ୍ତ ବଜାର ନ ଥିବାରୁ ବନଜାତ ଦ୍ରବ୍ୟର ଅଭାବୀ ବିକ୍ରି ସମସ୍ୟା ଲାଗି ରହୁଛି। ଏହାକୁ ଆଖି ଆଗରେ ରଖି ସରକାର ନୂଆ...

ପ୍ରବାସୀ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପୋଲିସ

ବରଗଡ଼ ଅଫିସ୍‌,୧୮।୫: ଆନ୍ଧ୍ରପ୍ରଦେଶର ରାଜମୁନ୍ଦ୍ରିରୁ ଚାଲି ଚାଲି ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ୨୦ ଜଣ ପ୍ରବାସୀ ଶ୍ରମିକଙ୍କୁ ରବିବାର ରାତିରେ ବରଗଡ଼ ଜିଲା ପୋଲିସ ଏକ ବସ୍‌ରେ ପଠାଇଛି । ସମ୍ପୃକ୍ତ ଶ୍ରମିକମାନେ ଗତ ୩ତାରିଖରୁ ଚାଲି ଚାଲି ରାଜମୁନ୍ଦ୍ରିରୁ...

ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ

ବରଗଡ଼ ଅଫିସ୍‌,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍‌ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନବିକ୍ରିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ସୋମବାର ଜୟ କିସାନ ଆନ୍ଦୋଳନ...

ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ

ବିନିକା୧୮ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ହେଲେ ସେ ମା’ଙ୍କୁ ମୁଖାଗ୍ନି ଦେଇ ପାରି ନାହାନ୍ତି। ଏବେ...

୮ ଦଫା ଦାବିପତ୍ର ଦେଲେ ଏଆଇଏସ୍‌ଏଫ୍‌ ଛାତ୍ରୀଛାତ୍ର

ବଡବିଲ, ୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ କଲେଜ ସମ୍ମୁଖରେ ଅଲ୍‌ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ(ଏଆଇଏସଏଫ୍‌) ବଡବିଲ ଶାଖା ତରଫରୁ ସୋମବାର ନିଆରା ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧି ୮ ଦଫା ଦାବିରେ ପ୍ଲା-କାର୍ଡ ପ୍ରଦର୍ଶନ ପୂର୍ବକ ମୌନ...

ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍‌

ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍‌ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଏ ନେଇ ସମସ୍ତ ବ୍ୟବସ୍ଥା କରିଛି। ସମ୍ବଲପୁର ଷ୍ଟେଶନରୁ ଏହି ଟ୍ରେନ୍‌...

କାକଟପୁର ଅଞ୍ଚଳ ହେଲା ବିଶୋଧନ

କାକଟପୁର,୧୮।୫(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ପାଇଁ ଆରଏସ୍‌ଏସ୍‌ ଓ ଏବିଭିପି ମିଳିତ ଆନୁକୂଲ୍ୟରେ କାକଟପୁର ନଗର ଶାଖା ତରଫରୁ ସୋମବାର କାକଟପୁର ଅଞ୍ଚଳକୁ ବିଶୋଧନ କରାଯାଇଛି। କାର୍ଯ୍ୟକର୍ତ୍ତାମାନେ କାକଟପୁର ମା’ ମଙ୍ଗଳା ମନ୍ଦିରଠାରୁ ଆରମ୍ଭକରି ବଜାର, ପରିବା ହାଟ, ବିଭିନ୍ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri