ଆମ ଜିଲା ଖବର

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ ସମର୍ଥକ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଛି। ଏଥିସହ ଆଶାୟଙ୍କ...

ଜଗତ୍‌ସିଂହପୁର, ବାଲିକୁଦା-ଏରସମାରେ ଝଡ଼ ପୂର୍ବର ନୀରବତା

ଜଗତ୍‌ସିଂହପୁର,୧୫ା୪ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଜଗତ୍‌ସିଂହପୁର ଓ ବାଲିକୁଦା-ଏରସମା ବିଧାନସଭା ଆସନରେ ଟିକେଟରୁ ବଞ୍ଚତ୍ତ କେତେଜଣ ନେତା ଅନ୍ୟ ଦଳ କିମ୍ବା ସ୍ବାଧୀନ ପ୍ରାର୍ଥୀ ହେବାକୁ ମନସ୍ଥ କରିଥିବା ଆଲୋଚନା ହେଉଛି। ଏଭଳି ହେଲେ ନିର୍ବାଚନୀ ଝଡ଼...

୬୧ ଦିନ ଯାଏ ମାଛ ଧରିବା ମନା

ପାରାଦୀପ,୧୫।୪(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ...

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।...

ରାସ୍ତା ନଷ୍ଟ କରୁଛି ଓଭର ଲୋଡିଂ ହାଇଓ୍ବା

ପ୍ରୀତିପୁର,୧୫ା୪(ସୁଶାନ୍ତ ବେହୁରିଆ): ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଏକ ଜନକଲ୍ୟାଣକାରୀ ସରକାରଙ୍କ ମୂଳ ଲକ୍ଷ୍ୟ ଓ ଏକ ସୁସ୍ଥ ସମାଜ ଗଠନର ମୂଳମନ୍ତ୍ର। ମାତ୍ର କେତେକ କ୍ଷେତ୍ରରେ ବିଭିନ୍ନ ସରକାରୀ ବିଭାଗ ମଧ୍ୟରେ ତାଳମେଳର ଅଭାବ ଓ କେତେଜଣ ସରକାରୀ...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ...

୨୧ ଗ୍ରାମର ଲୋକେ ୨ ରାଜ୍ୟର ଭୋଟର

ପଟ୍ଟାଙ୍ଗି,୧୫ା୪(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଲୋକମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଆନ୍ଧ୍ର ନେଉଛି ଭୋଟ। ଫଳରେ କୋଟିଆ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକମାନେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରକୁ ଭୋଟ ଦେଉଛନ୍ତି।...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା...

ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ

ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ....

ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି

ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ...

ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ ଜୟନ୍ତୀ ହିଂସାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଚଳିତବର୍ଷ ହନୁମାନ ଜୟନ୍ତୀ...

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ ପାଇପ୍‌ ଜଳ ଯୋଗାଣ ହୋଇପାରୁନାହିଁ। ଯାହାଫଳରେ ଗ୍ରାମର ଲୋକେ ଲାନ୍ଥ ନଦୀର ବାଲିଚୂଆଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri