ଆମ ଜିଲା ଖବର

ଗୟାଧରକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ପର୍ଲା, ୧୬।୧ (ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗାଁର ଗୟାଧର ଲୋହାର(୨୫) ଅନେକ୍‌ ଦିନ୍‌ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ଇ ବାବ୍‌ଦେ ୧୪ ତାରିଖ ମଙ୍ଗଲବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଅଜନା...

ଟାଙ୍ଗୀ ଶାଳଗାଁ ନିକଟରେ ରେଳ ଦୁର୍ଘଟଣା

କଟକ ଅଫିସ୍‌,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ସହିତ ମାଲଗାଡି ଧକ୍କା ହୋଇଛି। ଗୁରୁବାର ସକାଳ ୭ଟାରେ କଟକର ଟାଙ୍ଗୀ ଶାଳଗାଁ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ୍ସପ୍ରେସ ଟ୍ରେନର ୮ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଏହି...

ଆୟୁଷ ଡାକ୍‌ତର ଭରସାରେ ୫୦ ହଜାର ଲୋକ୍‌

ଲାଠୋର, ୧୬।୧ (ଡି.ଏନ୍‌.ଏ)- ରାଏଜ୍‌ ସରକାର ଲୁକ୍‌କୁ ଉଚମାନର ସ୍ବାସ୍ଥ୍ୟସେବା ଯୁଗେଇ ଦେବାର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ଏନ୍‌ତା କି ସ୍ବାସ୍ଥ୍ୟ ବିଭାଗକେ ଗୁରୁତ୍‌ ଦେଇ ରାଏଜ୍‌ ସରକାର ୫-ଟି ଯୋଜନାରେ ସାମିଲ କରିଛନ୍‌। ହେଲେ ଆଏଜ୍‌...

ମାନସିକ୍‌ ରୁଗୀର ଉତ୍‌ପାତରେ ଗାଁଖୁଲି ଶୂନସାନ: ଭଏଭିତ ଅବସ୍‌ତାରେ ବାରବଖରା ଗାଁବାସୀ

ପର୍ଲା, ୧୬।୧ (ଡି.ଏନ୍‌.ଏ)-  କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡାପଟ ଅଂଚଲ ଖୁଣ୍ଟିଆ ପଁଚେତ୍‌ ବାରବଖରା ଗାଁର ଦେବେନ୍ଦ୍ର ଧରୁଆ(୩୫)। ସେ ଝନେ ମାନସିକ୍‌ ରୁଗୀ। ଏହେଦେ ତାକଁର ଉତ୍‌ପାତରେ ଗାଁବାସୀ ଭଏଭିତ ଅବସ୍‌ତାରେ ରହିଥିବାର ଅଭିଯୋଗ କରିଛନ୍‌। ସୂଚନା...

ବ୍ୟଙ୍ଗ କବିତାରେ ହସର ଫୁଆରା

ବଲାଙ୍ଗୀର ଅଫିସ,୧୬।୧: ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟର ସପ୍ତମ ସନ୍ଧ୍ୟାରେ ଅନୁଷ୍ଠିତ ବ୍ୟଙ୍ଗ-ହାସ୍ୟ କବିତା ଆସରରେ ଦର୍ଶକ ହସର ଖୋରାକ ପାଇଥିଲେ। ଏଥିରେ ହାସ୍ୟକବି ଅର୍ଜୁନ ସାହୁ, ଶରତ ମିଶ୍ର, ଅନୁପ୍ରିୟା ମିଶ୍ର, ମଧୁସୂଦନ ନାୟକ...

ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଭୁଲ ଲାଗି ଛାତ୍ରୀ ପରୀକ୍ଷାରୁ ବଞ୍ଚିତ

ନବରଙ୍ଗପୁର,୧୬।୧(ବି.ପ୍ର.)- ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଭୁଲ ଲାଗି ଜଣେ ଛାତ୍ରୀ ପଠାଣି ସାମନ୍ତ ଗଣିତ ସ୍କଲାରଶିପ ଟେଷ୍ଟ- ୨୦୧୯ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତିି। ପୂର୍ବାହ୍ନ ୧୦ଟାରୁ ଗୋଟାଏ ପର୍ଯ୍ୟନ୍ତ ପରୀକ୍ଷା ସମୟ ରହିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ସାଢେ ୧୦ଟାରେ...

ଆନ୍ଧ୍ର-ଓଡ଼ିଶା ସୀମାନ୍ତ ମାଣିକପାଟଣା ଗ୍ରାମ: ୯ମାସ ହେଲା ଅନ୍ଧାରରେ ଗ୍ରାମବାସୀ

ରାୟଗଡ଼(ଗଜପତି),୧୬।୧(ଡି.ଏନ୍‌.ଏ.) ତିତ୍‌ଲି ବାତ୍ୟାକୁ ବର୍ଷେ ପୁରିଥିଲେ ମଧ୍ୟ ଗଜପତି ଜିଲାର ଅନେକ ଅଞ୍ଚଳକୁ ଏ ପର୍ଯ୍ୟନ୍ତ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ହୋଇପାରିନାହିଁ। ଫଳରେ ଗ୍ରାମବାସୀ ଅନ୍ଧାରରେ ରହୁଛନ୍ତି। ଆନ୍ଧ୍ର-ଓଡିଶା ସୀମାନ୍ତ ଏହି ଗ୍ରାମ ପାଇଁ ଆନ୍ଧ୍ର ପ୍ରଦେଶର ବିଦ୍ୟୁତ ସେବା...

ଶ୍ରୀଅଲାରନାଥଙ୍କ ପୀଠରେ ମକର ନୀତି ସମ୍ପନ୍ନ

ବ୍ରହ୍ମଗିରି,୧୬ା୧(ଡି.ଏନ୍‌.ଏ.): ପବିତ୍ର ମକର ସଂକ୍ରାନ୍ତିରେ ବୁଧବାର ଶ୍ରୀଅଲାରନାଥଙ୍କ ପୀଠରେ ସ୍ବତନ୍ତ୍ର ମକର ନୀତି ଅନୁଷ୍ଠିତ ହୋଇଛି। ଭୋର ୪ଟାରୁ ମନ୍ଦିର ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ଅବକାଶ, ତୁଳସୀ ଚନ୍ଦନ ଲାଗି, ବଲ୍ଲଭ ନୀତି ହେବାପରେ ସ୍ବତନ୍ତ୍ର ଭାବେ ପହିଲି...

ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ

ଫୁଲବାଣୀ ଅଫିସ, ୧୬ା୧-କୋଚିନ୍‌ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଚକାପାଦ ବ୍ଲକ କରୁକାସ୍କା ଗ୍ରାମର ନୀଳଚକ୍ର ଯୁବକ ସଂଘର କଳାକାରମାନେ ସେମାନଙ୍କ କଳା...

ପୂର୍ବତନ ବାଚସ୍ପତି ଚିନ୍ତାମଣିଙ୍କ ପ୍ରସ୍ତାବ: ବଂଶଧାରାକୁ ସଂଯୋଗୀକରଣ ହେଉ ଋଷିକୁଲ୍ୟା ନଦୀ

ବ୍ରହ୍ମପୁର ଅଫିସ,୧୬ା୧-ଗଜପତି ଜିଲା ବଂଶଧାରା ଓ ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀ ସଂଯୋଗୀକରଣ କରାଯାଉ। ଏହାଦ୍ୱାରା ଦୁଇ ନଦୀ ବନ୍ୟା ନିୟନ୍ତ୍ରଣରେ ସହାୟକ ହେବ ଏବଂ ଗ୍ରୀଷ୍ମ ଓ ଶୀତଋତୁରେ ଶୁଷ୍କ ହୋଇଯାଉଥିବା ଋଷିକୁଲ୍ୟା ଚିରସ୍ରୋତା ହୋଇପାରିବ। କେବଳ ସେତିକି...

ବୈଷୟିକ ଜ୍ଞାନକୌଶଳରେ ଶିକ୍ଷାଦାନ ପାଇଁ ପ୍ରୟାସ

ଧରାକୋଟ,୧୬ା୧(ଡି.ଏନ.ଏ.)-ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଇଛନ୍ତି। ହେଲେ ଧରାକୋଟ ବ୍ଲକର ମୁଣ୍ଡମରାଇସ୍ଥିତ ପୁରାତନ ବାଳିକା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସାହୁ ପିଲାଙ୍କୁ ପାଠ ପଢ଼ାଇବା ପାଇଁ ଏକ ଭିନ୍ନ ପଦକ୍ଷେପ ଆପଣେଇଛନ୍ତି।...

ଟିକ୍‌ଟକ୍‌ ଶୁଟିଂ ବେଳେ ଦୁର୍ଘଟଣା : ଭିଣୋଇ ମୃତ, ଶାଳକ ଗୁରୁତର

ବ୍ରହ୍ମପୁର ଅଫିସ,୧୬ା୧-୧୬ନଂ. ଜାତୀୟ ରାଜପଥ ଖଜୁରିଆ ବାଇପାସ ନିକଟରେ ବୁଧବାର ସନ୍ଧ୍ୟାରେ ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ବାଇକ୍‌ରେ ବସି ୨ ଜଣ ଯୁବକ ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ଟ୍ରକ୍‌ ଧକ୍କାରେ ଭିଣୋଇ (ବାଇକ୍‌ ଚାଳକ)ଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri