ମେଟ୍ରୋ

ବିପନ୍ନଙ୍କୁ ଭେଟିଲେ ସୁଇଜରଲାଣ୍ଡ ପାର୍ଲାମେଣ୍ଟ ସଦସ୍ୟ

ପୁରୀ ଅଫିସ, ୨୪ା୭: ସୁଇଜରଲାଣ୍ଡ ପାର୍ଲାମେଣ୍ଟ ସଦସ୍ୟ ଓ ଦୂତାବାସ ଅଧିକାରୀ ଏବଂ ସିଡ୍‌ସ (ସଷ୍ଟେନେବଲ୍‌ ଏନ୍‌ଭାଇରନ୍‌ମେଣ୍ଟ ଆଣ୍ଡ ଇକୋଲୋଜିକାଲ ଡେଭଲପ୍‌ମେଣ୍ଟ ସୋସାଇଟି)ର ସଦସ୍ୟ ମଙ୍ଗଳବାର ପୁରୀର ବାତ୍ୟା କ୍ଷତିଗ୍ରସ୍ତ ପେଣ୍ଠକଟା ବସ୍ତି ଏବଂ ସଦର ବ୍ଲକର ବିଭିନ୍ନ ଅଞ୍ଚଳ...

‘ଧରିତ୍ରୀ’ ପ୍ରଭାବ: ଷ୍ଟାଣ୍ଡ୍‌କୁ ଫେରିଲା ‘ମୋ ସାଇକେଲ’

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଟବଣା ହୋଇଯାଇଥିବା ମୋ ସାଇକେଲ୍‌ ଯୋଜନାକୁ ପୁଣିଥରେ ଟ୍ରାକ୍‌କୁ ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଛି। ଲୋକଙ୍କ ଅକ୍ତିଆରରେ ଥିବା ‘ମୋ ସାଇକେଲ’କୁ ପୁଣିଥରେ ଷ୍ଟାଣ୍ଡ୍‌କୁ ଫେରାଇ ଆଣିବାକୁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ(ସିଆର୍‌ୟୁଟି) ପଦକ୍ଷେପ ନେଇଛି। ମୋ...

ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରୁଛି। ଉତ୍ତରପ୍ରଦେଶରେ ସର୍ବାଧିକ ୮ ନକଲି ବିଶ୍ୱବିଦ୍ୟାଳୟ ରହିଥିବାବେଳେ ଏହି ତାଲିକାରେ ରାଜଧାନୀ...

ଭିତରକନିକା ଇକୋ-ଟୁରିଜମ୍‌ : ୩ ବର୍ଷରେ ୧ କୋଟି ୯୪ଲକ୍ଷ ଖର୍ଚ୍ଚ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ଥିବା ଭିତରକନିକା ଲୁଣାଜଙ୍ଗଲ ବନ୍ୟଜୀବ ବନଖଣ୍ଡରେ ଜଙ୍ଗଲ ଓ ପରିବେଶ ବିଭାଗର ମୋଟ ୩ଟି ପରିବେଶ ପର୍ଯ୍ୟଟନସ୍ଥଳ ରହିଛି। ସେଗୁଡ଼ିକ ହେଲା ଡାଙ୍ଗମାଳ, ଗୁପ୍ତି ଓ ହବାଳୀଖଟି ଇକୋ ଟୁରିଜମ୍‌। ଏଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ...

କୋଇଲା ଅତିରିକ୍ତ ଟିକସ ୫୬୦ କୋଟି ଟଙ୍କା ଦାବିକଲା ଓଡ଼ିଶା

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟ ସରକାର କୋଇଲା ଉପରୁ କେନ୍ଦ୍ର ସରକାର ଆଦାୟ କରିଥିବା ଅତିରିକ୍ତ ଟିକସ(ଲେଭି) ବାବଦ ୫୬୦ କୋଟି ଟଙ୍କା ଦେବାକୁ ଦାବି କରିଛନ୍ତି। କୋଇଲା ଖଣି ରଦ୍ଦ ହେବା ପୂର୍ବରୁ ଲିଜଧାରୀଙ୍କଠାରୁ କେନ୍ଦ୍ର ସରକାର ଉକ୍ତ ଟିକସ...

୧୧ ଜିଲାରେ ସ୍ବଳ୍ପ ବୃଷ୍ଟିପାତ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। ସାରା ଦେଶରେ ୧୫ ସ୍ଥାନରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୨୧ ସ୍ଥାନରେ ବର୍ଷାର ପରିମାଣ କମ୍‌ ରହିଛି। ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୩୧ ପ୍ରତିଶତ କମ୍‌ ବର୍ଷା ହୋଇଛି।...

ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ ଅଧ୍ୟକ୍ଷଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ୍‌ ଫୋରମ୍‌ର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁକେଶ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଭାରତ-ଆମେରିକା ମଧ୍ୟରେ...

ଫନୀ ଯୋଗୁ ରାଜଧାନୀରେ ଭାଙ୍ଗିଛି ୧ଲକ୍ଷରୁ ଅଧିକ ବୃକ୍ଷ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭୁବନେଶ୍ୱର ଭିତରେ ୧ଲକ୍ଷ ୮ ହଜାର ୫୬୪ ବୃକ୍ଷ ନଷ୍ଟ ହୋଇଛି। ଚନ୍ଦକା ଅଭୟାରଣ୍ୟରେ ୧ଲକ୍ଷ ୧୧ ହଜାର ୭୨୪ ବୃକ୍ଷ ନଷ୍ଟ ହୋଇଯାଇଛି। ଭୁବନେଶ୍ୱର ସହର ଏବଂ ଏହାର ଚତୁଃପାର୍ଶ୍ୱରେ ସବୁଜିମା...

ଗ୍ରୀନ୍‌ ମହାନଦୀ ମିଶନରେ ଗତବର୍ଷ ୬୯କୋଟିରୁ ଅଧିକ ଖର୍ଚ୍ଚ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୧୮-୧୯ ବର୍ଷରେ ଗ୍ରୀନ୍‌ ମହାନଦୀ ମିଶନ ଯୋଜନାରେ ରାଜ୍ୟ ସରକାର ମହାନଦୀ, ଇବ୍‌, ତେଲ ଏବଂ ଏହାର ଶାଖା/ପ୍ରଶାଖାର ଉଭୟ ପାର୍ଶ୍ୱରେ ୧୪୫୨.୨୫ ହେକ୍ଟର ପରିମିତ ଅଞ୍ଚଳରେ ସଘନ ବନୀକରଣ, ୫୦ ହେକ୍ଟର ଝାଉଁ ଜଙ୍ଗଲ, ୪୦...

ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ପ୍ରସଙ୍ଗ: ଦୁଇଦିନ ବିଧାନସଭା ବରବାଦ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଦୁଇଦିନ ବିଧାନସଭା ଅଚଳ ହେବା ପରେ ବିରୋଧୀଙ୍କ ଜିଦ୍‌ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ନାରୀ ନିର୍ଯାତନା, ନାବାଳିକା ବଳାତ୍କାର ଏବଂ ଶିଶୁ ନିଖୋଜ ଘଟଣାକୁ ନେଇ ମୁଲତବୀ ପ୍ରସ୍ତାବ ଆକାରରେ ଆଲୋଚନା ହେବ। ମଙ୍ଗଳବାର ଅପରାହ୍ନରେ...

ବାତ୍ୟା ବିପନ୍ନଙ୍କୁ ଭେଟିଲେ ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ

ପୁରୀ ଅଫିସ, ୨୩ା୭: ସୁଇଜରଲ୍ୟାଣ୍ଡ ପାର୍ଲାମେଣ୍ଟ ସଦସ୍ୟ ଓ ଦୂତାବାସ ଅଧିକାରୀ ଏବଂ ସିଡ୍‌ସ (ସଷ୍ଟେନେବଲ୍‌ ଏନ୍‌ଭାଇରନ୍‌ମେଣ୍ଟ ଆଣ୍ଡ ଇକୋଲୋଜିକାଲ ଡେଭଲପ୍‌ମେଣ୍ଟ ସୋସାଇଟି)ର ସଦସ୍ୟ ମଙ୍ଗଳବାର ପୁରୀର ବାତ୍ୟା କ୍ଷତିଗ୍ରସ୍ତ ପେଣ୍ଠକଟା ବସ୍ତି ଏବଂ ସଦର ବ୍ଲକର ବିଭିନ୍ନ ଅଞ୍ଚଳ...

ବୁଧବାର ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ, ୨୩ା୭: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ। ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri