ମେଟ୍ରୋ

ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କୋଲକାତା, ଭୁବନେଶ୍ୱର, ପାଟନା, ରାଞ୍ଚି, ରାୟପୁର, ବଗ୍‌ଡୋଗ୍ରା, ପୋର୍ଟବ୍ଲେୟାର୍‌...

ଶ୍ରୀମନ୍ଦିର ମରାମତି କାମ ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି: ହାଇକୋର୍ଟରେ ଦାଖଲ କରିବେ ସତ୍ୟପାଠ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ମରାମତି କାର୍ଯ୍ୟର ତଦାରଖ ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଇଂ. ଏନ୍‌.କେ. ମହାନ୍ତି ବୁଧବାର ଶ୍ରୀମନ୍ଦିରକୁ ଆସି ବିଭିନ୍ନ କାମର ଅନୁଧ୍ୟାନ କରିଛନ୍ତି। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଶ୍ରୀମନ୍ଦିରର ମରାମତି କାମ ଏଏସ୍‌ଆଇ ଶେଷ...

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ସିସିଟିଭି ଯାଞ୍ଚ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ବେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଛି। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମକୁ ମାନି ଦାରୁବିଗ୍ରହଙ୍କ ସ୍ନାନନୀତିକୁ ଶୃଙ୍ଖଳିତ କରିଥିବାବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀର ଉଲ୍ଲଂଘନ...

ଅଜଣା ବ୍ୟାଧି

ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ ପରି ମାଡ଼ିଚାଲିଛି ଏହି ବ୍ୟାଧି। ତାହା ଦେହସୁହା ହୋଇଯିବାରୁ ସବୁ କିଛି ଅବ୍ୟବସ୍ଥାରେ...

ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତି ସେବକମାନେ ସେବା କରୁଛନ୍ତି। ଅନ୍ୟପଟେ ଅଣସର ତାଟିରେ ପୂଜା ପାଉଛନ୍ତି ପଟିଦିଅଁ।...

ଜେଲ୍‌ ଯିବେ ନିଶାଗ୍ରସ୍ତ ଡ୍ରାଇଭର

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ କରି ନିଶାସକ୍ତ ଡ୍ରାଇଭରଙ୍କୁ ଛଡ଼ାଯିବ ନାହିଁ। ତୁରନ୍ତ ସେମାନଙ୍କୁ କୋର୍ଟ ଚାଲାଣ...

ପରାଜିତ ଯାଇ ନ ପାରନ୍ତି ରାଜ୍ୟ ସଭା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସଭାରେ ଖାଲି ହୋଇଥିବା ଓଡିଶାର ୩ ଆସନକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍‌ ଧରିଛି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି ୩ଟି ଯାକ ଆସନ ବିଜେଡି ହାତକୁ ଯିବା ଏକ ପ୍ରକାର ନିଶ୍ଚିତ। ମାତ୍ର...

ଅପରାଧରେ ବୁଡ଼ିଛନ୍ତି ୯୪୭ ପୋଲିସ ଅଧିକାରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଜନସାଧାରଣଙ୍କ ଧନଜୀବନ ସୁରକ୍ଷା ଦେବା ପୋଲିସର କର୍ତ୍ତବ୍ୟ। ଦୁର୍ନୀତି, ଅପରାଧ ଏବଂ ଅସଦାଚରଣ ଭଳି କୁତ୍ସିତ କାର୍ଯ୍ୟକଳାପ ଉପରେ ଲଗାମ ଲଗାଇବାକୁ ପ୍ରଶାସନିକ ସ୍ତରରେ ପୋଲିସ ବ୍ୟବସ୍ଥା ରହିଛି। ମାତ୍ର ବାଡ ଫସଲ ଖାଇବା ଭଳି ପୋଲିସ ବାବୁମାନେ...

ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା ଭବନ ପରିସରରେ ଥିବା ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ...

ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବୁଧବାର ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କ...

ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ ଛାଡ଼ିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଖାଦ୍ୟ ଓ ପାଣି ଆଶାରେ ମଙ୍ଗଳବାର ରାତିରେ କେତୋଟି...

୨୧ରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ। ଅପରାହ୍ନ ୩.୩୦ରେ ସୂଚନା ଭବନ ପରିସରରେ ଥିବା ଗୀତ ଗୋବିନ୍ଦ ସଦନରେ ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri