ଜାତୀୟ

କରୋନା ମୁକାବିଲା ପାଇଁ ଭାରତର ପଦକ୍ଷେପ: ୪ ପଡ଼ୋଶୀ ଦେଶର ସୀମା ସିଲ୍‌; ରବିବାର ମଧ୍ୟରାତ୍ରରୁ ପାକିସ୍ତାନ ବାଟ ବନ୍ଦ

ନୂଆଦିଲ୍ଲୀ,୧୫।୩: ଭାରତରେ କରୋନା ସଂକ୍ରମଣ ଧୀରେଧୀରେ ବଢ଼ିବାରେ ଲାଗିଛି। ଏନେଇ ଭାରତ ସରକାର ନେପାଳ, ବାଂଲାଦେଶ, ଭୁଟାନ ଏବଂ ମ୍ୟାନ୍‌ମାର ଆଦି ୪ ଦେଶର ସୀମାପଥକୁ ସିଲ୍‌ କରାଯାଇଛି। ଶନିବାର ମଧ୍ୟରାତ୍ରରୁ ଏଭଳି କରାଯାଇଛି। ତେବେ ପାକିସ୍ତାନ-ଭାରତ ସୀମାକୁ ରବିବାର...

ମିଶନ ଏୟାରଲିଫ୍ଟ: ଇରାନରୁ ସ୍ବଦେଶ ଫେରିଲେ ଭାରତୀୟ; ଏବେ ବି ରହିଛନ୍ତି ୬ ହଜାର

ନୂଆଦିଲ୍ଲୀ,୧୫।୩: ଇରାନରେ ଥିବା ୨୩୪ ଭାରତୀୟ ସ୍ବଦେଶ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୧୩୧ ଜଣ ଛାତ୍ର ଥିବାବେଳେ ୧୦୩ଜଣ ତୀର୍ଥଯାତ୍ରୀ ରହିଛନ୍ତି। ଏବେ ମଧ୍ୟ ଇରାନରେ ୬ ହଜାରରୁ ଅଧିକ ଭାରତୀୟ ରହିଛନ୍ତି। ସେମାନଙ୍କୁ ଭାରତ ଫେରାଇ ଆଣିବା ଲାଗି...

ସୋମବାର ଶକ୍ତି ପରୀକ୍ଷା ଦେବେ କମଲନାଥ: ଅଧାରାତିରେ ନିର୍ଦ୍ଦେଶ ଜାରି କଲେ ରାଜ୍ୟପାଳ

ଭୋପାଳ,୧୫।୩: ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ରାଜ୍ୟପାଳ ଲାଲାଜୀ ଟଣ୍ଡନ ମୁଖ୍ୟମନ୍ତ୍ରୀ କମଲନାଥଙ୍କୁ ବିଧାନସଭାରେ ଶକ୍ତି ପରୀକ୍ଷା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର କମଲନାଥଙ୍କୁ ଆସ୍ଥା ଭୋଟର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି...

ଶୀଘ୍ର ଆସ୍ଥାଭୋଟ ପାଇଁ ଦାବି

ଭୋପାଳ,୧୫ା୩(ପି.ଟି.): ମଧ୍ୟପ୍ରଦେଶ ଭାଜପାର ଏକ ପ୍ରତିନିଧି ଦଳ ଶନିବାର ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନଙ୍କୁ ସାକ୍ଷାତ କରି ବିଧାନସଭାରେ ତୁରନ୍ତ ଆସ୍ଥା ଭୋଟ କରାଇବା ପାଇଁ ଦାବି କରିଛନ୍ତି। ୨୨ ବିଧାୟକଙ୍କ ଇସ୍ତଫା ପରେ ମଧ୍ୟପ୍ରଦେଶର କମଲନାଥ ସରକାର ସଂଖ୍ୟାଗରିଷ୍ଠତା ହରାଇଛି।...

ବୋଲେରୋ ଉପରେ ଚଢ଼ିଗଲା ଟ୍ରକ୍‌: ୧୧ ମୃତ

ଜୟପୁର, ୧୫।୩: ରାଜସ୍ଥାନର ଜୟପୁରଠାରେ ଏକ ବୋଲେରୋ ଉପରେ ଟ୍ରକ୍‌ ଚଢ଼ିଯିବାରୁ ୧୧ ଜଣ ପ୍ରାଣ ହରାଇବା ସହ ୩ ଗୁରୁତର ହୋଇଛନ୍ତି। ଯୋଧପୁର ଜିଲା ଅନ୍ତର୍ଗତ ବାଲୋତ୍ରା-ଫାଲୋଡ଼ି ରାଜପଥ ଉପରେ ଶନିବାର ଏହି ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ...

କରୋନା ସନ୍ଦିଗ୍ଧଙ୍କୁ ଦେଖିବାକୁ ମନା କରିଥିବା ମେଡିକାଲ ଅଫିସର ନିଲମ୍ବିତ

ଜମ୍ମୁ,୧୫ା୩(ପି.ଟି.): ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ କରୋନା ସନ୍ଦିଗ୍ଧଙ୍କ ସ୍ବାସ୍ଥ୍ୟବସ୍ଥା ଦେଖିବା ଲାଗି ମନା କରିଦେଇଥିବା ମେଡିକାଲ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ନିର୍ଦ୍ଦେଶକ୍ରମେ ପୁଞ୍ଚ୍‌ର ଡେପୁଟି କମିଶନର ରାହୁଲ ଯାଦବ ଡାକ୍ତର ସଲିମ ଭଟ୍ଟିଙ୍କୁ...

କରୋନା ଭୂତାଣୁ ନମୁନା ଚିହ୍ନଟରେ ଭାରତ ପଞ୍ଚମ ରାଷ୍ଟ୍ର

ନୂଆଦିଲ୍ଲୀ,୧୫ା୩ : ମାନବ ଶରୀର ବାହାରେ କରୋନା ଭୂତାଣୁକୁ ସଫଳତାର ସହ ଚିହ୍ନଟ କରି ଅଲଗା କରିବାରେ ଭାରତ ପଞ୍ଚମ ରାଷ୍ଟ୍ର ବୋଲି କୁହାଯାଉଛି। ପୂର୍ବରୁ ଚାଇନା, ଜାପାନ, ଥାଇଲାଣ୍ଡ ଓ ଆମେରିକା ଏଭଳି ସଫଳ ପଦକ୍ଷେପ ନେଇଛନ୍ତି। ଅର୍ଥାତ୍‌...

ପଦ୍ମ ପୁରସ୍କାର ଉତ୍ସବ ସ୍ଥଗିତ

ନୂଆଦିଲ୍ଲୀ,୧୫ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ପଦ୍ମ ପୁରସ୍କାର ପ୍ରଦାନ ଉତ୍ସବକୁ ସ୍ଥଗିତ ରଖାଯାଇଛି। ଏହି ଉତ୍ସବ ମାର୍ଚ୍ଚ ୨୬ ଓ ଏପ୍ରିଲ ୩ରେ ଅନୁଷ୍ଠିତ ହେବାର ଥିଲା। ଦେଶର ଅନ୍ୟତମ ସର୍ବୋଚ୍ଚ ବେସାମରିକ ପୁରସ୍କାର ପଦ୍ମ ବିଭୂଷଣ, ପଦ୍ମ ଭୂଷଣ...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨

ନୂଆଦିଲ୍ଲୀ,୧୫ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଶନିବାର ୧୦୨କୁ ବୃଦ୍ଧି ପାଇଥିବା ଜଣାପଡିଛି। କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୭ ଜଣ ସୁସ୍ଥ ହେବା ପରେ ସେମାନଙ୍କୁ ଘରକୁ ପଠାଇ ଦିଆଯାଇଛି। ସେମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶର ୫ ଜଣ ଥିବାବେଳେ...

ମାର୍ଗଦର୍ଶିକା ଶେୟାର କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ନିମନ୍ତେ ହୋମ୍‌ କ୍ୱାରାଣ୍ଟାଇନ (ଘରେ ନିଜକୁ ଅନ୍ୟମାନଙ୍କଠାରୁ ଅଲଗା ରଖିବା) ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମାର୍ଗଦର୍ଶିକାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଟୁଇଟରରେ ଶେୟାର କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ସୂଚନାକୁ ପଢ଼ିବା...

ସାର୍କ ଭିଡିଓ କନ୍‌ଫରେନ୍ସ ଆଜି

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୫ା୩(ପି.ଟି.): ଘାତକ କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ଲାଗି ମିଳିତ ରଣକୌଶଳ ପ୍ରସ୍ତୁତି ନିମନ୍ତେ ରବିବାର ଅପରାହ୍ନ ୫ଟାରେ ସାର୍କ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଭିଡିଓ କନ୍‌ଫରେନ୍ସରେ ଏକାଠି ହେବେ। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର ଟୁଇଟ୍‌ କରି...

ୟୁରୋପ କରୋନାର କେନ୍ଦ୍ରସ୍ଥଳ

ଜେନେଭା,୧୫ା୩ : ୟୁରୋପ ଏବେ ମାରାତ୍ମକ କରୋନା ଭୂତାଣୁର ନୂଆ କେନ୍ଦ୍ରସ୍ଥଳ ପାଲଟିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଘୋଷଣା କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ଏହି ଘୋଷଣା ପରେ ବିଶ୍ୱର ବିଭିନ୍ନ ଦେଶ ସେମାନଙ୍କ ସୀମା ଅନ୍ୟ ଦେଶର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri