ଜାତୀୟ

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାବଳଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ...

ବେଆଇନ ଗ୍ରାନାଇଟ୍‌ ଖନନ ମାମଲା: ୪୦ କୋଟିର ସମ୍ପତ୍ତି ବାଜ୍ୟାପ୍ତ

ନୂଆଦିଲ୍ଲୀ,୨୫ା୪(ପି.ଟି.): ବେଆଇନ ଗ୍ରାନାଇଟ୍‌ ଖନନ ମାମଲାରେ ନିଲମ୍ବିତ ଡିଏମ୍‌କେ ନେତା ଏମ୍‌.କେ. ଆଲାଗିରିଙ୍କ ପୁଅ ଆଲାଗିରି ଦୟାନିଧିଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଇଡି ଅଧିକାରୀମାନେ ମନିଲଣ୍ଡରିଂ ଆଇନ ବଳରେ ତାଙ୍କର ୨୫ଟି ସ୍ଥାବର...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୯୪୩ ପ୍ରାର୍ଥୀ; ୨୧୦ଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୫ା୪(ଆଇଏଏନ୍‌ଏସ୍‌): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୫୮ ଜଣଙ୍କ ନାମରେ ସଙ୍ଗିନ ମାମଲା ରହିଥିବାବେଳେ ୧୨ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ନାମାଙ୍କନପତ୍ର ଦାଖଲ...

ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ମୁମ୍ବାଇ,୨୫-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ମହାତ୍ମା  ଗାନ୍ଧୀ ସିରିଜରେ ନୂଆ ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ପୂର୍ବରୁ ପ୍ରଚଳିତ ନୋଟ୍‌ ସହ ନୂଆ ନୋଟ୍‌ର ବହୁ ସାମଞ୍ଜସ୍ୟ ରହିଛି। ତେବେ ନୂଆରେ ସାମାନ୍ୟ...

ବାଙ୍ଗାଲୋରର କ୍ରମାଗତ ତୃତୀୟ ବିଜୟ

ବେଙ୍ଗାଲୁରୁ,୨୫।୪ (ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶେଷରେ ଲୟକୁ ଫେରିଛି। ଆରମ୍ଭରୁ କ୍ରମାଗତ ଭାବେ ପରାଜୟ ବରଣ କରିଆସୁଥିବା ବାଙ୍ଗାଲୋର ବୁଧବାର କିଙ୍ଗ୍ସ ଇଲେଭେନ ପଞ୍ଜାବକୁ ୧୭ ରନରେ...

ଦକ୍ଷିଣ କଶ୍ମୀରରୁ ୨୩ ଦିନରେ ୧୧ ଯୁବକ ନିଖୋଜ: ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ସନ୍ଦେହ

ଶ୍ରୀନଗର,୨୪।୪: ଗତ ୨୩ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରୁ ୧୧ ଜଣ ଯୁବକ ନିଖୋଜ ରହିଛନ୍ତି। ସେମାନେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ନେଇ ସନ୍ଦେହ କରାଯାଉଛି। ଯୁବକମାନଙ୍କ ମଧ୍ୟରେ ଭ୍ରାନ୍ତ ଧାରଣ ଜନ୍ମାଇ ଏଭଳି କରାଯାଇଥିବା ଆଶଙ୍କା କରାଯାଉଛି।...

ଏଟିଏମରେ ପଶିଲା ସାପ: ୭ ଘଣ୍ଟା ପରେ ହେଲା ଉଦ୍ଧାର

କୋଏମ୍ବାଟୁର,୨୪।୪: ତାମିଲନାଡୁ କୋଏମ୍ବାଟୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ଏଟିଏମ୍‌ରେ ସାପ ପଶିଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ସାପଟି ମେସିନ୍‌ ଭିତରେ ପଶି ରହିଥିଲା। ଟଙ୍କା ବାହାରିବା ସ୍ଥାନରେ ସାପର ଫଣା ଦେଖି...

ମାଡ୍ରାସ୍‌ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ବିବାହରେ କିନ୍ନରଙ୍କୁ କୁହାଯିବ କନ୍ୟା

ମଦୁରାଈ,୨୪।୪: ହିନ୍ଦୁ ବିବାହ ଆଇନ୍‌ ଅନ୍ତର୍ଗତ ମାଡ୍ରାସ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିବାହ ସମୟରେ କିନ୍ନରଙ୍କୁ କନ୍ୟା ଭାବେ ପରିଗଣିତ କରାଯିବ। ସାଧାରଣ ମହିଳାଙ୍କ ପରି ସେମାନଙ୍କୁ ମଧ୍ୟ ମହିଳା ଭାବେ ବିବେଚନା...

ସ୍ବଚ୍ଛ ଭାରତ ମିଶନରେ ଉତ୍ସାହିତହୋଇ ୬୬ ଫୁଟର ଝାଡୁ ତିଆରିକଲେ ଶିକ୍ଷକ: ସୋସିଆଲ ମିଡ଼ିଆରେ ଭାଇରାଲ

ଜୟପୁର,୨୪।୪: କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନରେ ଉତ୍ସାହିତ ହୋଇ ରାଜସ୍ଥାନ ପଲାମୁର ଜଣେ ୨୨ ବର୍ଷ ବୟସ୍କ ଶିକ୍ଷକ ତିଆରି କରିଛନ୍ତି ୬୬ ଫୁଟର ଏକ ଝାଡୁ। ଶିକ୍ଷକ ଅଶୋକ କୁମାର ଠାକୁର ବାସ ସ୍ଥିତ ରାଜକୀୟ ପ୍ରବେଶିକା...

କଂଗ୍ରେସ ପ୍ରଚାରକଙ୍କ ସାଇକେଲ ମରାମତି ପାଇଁ ଗାଡ଼ିରୁ ଓହ୍ଲାଇଲେ ପ୍ରିୟଙ୍କା

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନ ପ୍ରଚାର ଜାରି ରଖିଛନ୍ତି। ସେ ରାସ୍ତାରେ ଯାଉଥିବାବେଳେ ସ୍ଥାନୀୟ ଗୌରୀଗଞ୍ଜ ଅଞ୍ଚଳରେ ଜଣେ କଂଗ୍ରେସ ପ୍ରଚାରକଙ୍କ ସାଇକେଲ ଖରାପ ହୋଇଥିବା ଦେଖି ଗାଡ଼ିରୁ ଓହ୍ଲାଇ ଏହାର...

ଜୋର୍‌ ଧରିଲା ଚପଲ ରାଜନୀତି: ସ୍ମୃତି ଇରାନୀଙ୍କ ଠିକଣାରେ ଚପଲ ପଠାଇବାକୁ ଅଡ଼ି ବସିଲେ ଗ୍ରାମବାସୀ

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ସ୍ମୃତି ଇରାନୀଙ୍କ ମଧ୍ୟରେ ଚପଲ ରାଜନୀତି ଜୋର ଧରିଛି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ସ୍ମୃତି...

ଚର୍ମ କର୍କଟ ଉପରେ ଗବେଷଣା: ପ୍ରଫେସରଙ୍କୁ ୮୨ ଲକ୍ଷ ଫେଲୋଶିପ୍‌

ରାୟପୁର,୨୪।୪: ଛତିଶଗଡ଼ ରାୟପୁର ସ୍ଥିତ ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଅମ୍ବର ବ୍ୟାସ୍‌ଙ୍କୁ ଚର୍ମ କର୍କଟ ଉପରେ ଗବେଷଣା ପାଇଁ ୮୧ ଲକ୍ଷ ୯୮ ହଜାର ୨ଶହ ଟଙ୍କାର ଫେଲୋଶିପ୍‌ ପ୍ରଦାନ କରାଯାଇଛି। ବ୍ୟକ୍ତିଗତ ଭାବେ କୌଣସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri