ରଥ ଯାତ୍ରା

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ତାଳଗଛ ଲଗାଇବାକୁ ୭ କୋଟି ଟଙ୍କା, ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ସରକାର…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧରଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ  ଯଥେଷ୍ଟ ପାଣ୍ଠି ଅଛି। ବିପର୍ଯ୍ୟୟ...

ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ,୧୮।୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା।...

ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ...

କେନ୍ଦ୍ରାପଡ଼ାରେ ଆଜି ବାହୁଡ଼ା: ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ହେବ ରଥଟଣା

କେନ୍ଦ୍ରାପଡ଼ା,୧୬ା୭: ତୁଳସୀକ୍ଷେତ୍ରର କ୍ଷେତାଧିପତି ଶ୍ରୀବଳଦେବଜୀଉଙ୍କ ଆଜି ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳା ଖେଳା ସାରି ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉ। ଏନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏନେଇ ପୂର୍ବ ନୀତି ନିର୍ଘଣ୍ଟ...

ଶ୍ରୀବିଗ୍ରହଙ୍କ ବାହୁଡ଼ା ଯାତ୍ରା: ଆରମ୍ଭ ହେଲା ରଥଟଣା

ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ...

ରଥରେ ଚଢ଼ିଥିବା ଅଣସେବାୟତଙ୍କୁ ହାତଧରି ଟାଣି ଆଣିଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫।୭: ସେବାୟତ ବେଶରେ ଜଣେ ଅଣସେବାୟତ ରଥରେ ଚଢ଼ିବା ଘଟଣା ସୋମବାର ବାହୁଡ଼ାଯାତ୍ରା ସମୟରେ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ରଥ ଉପରେ ଚଢ଼ିଥିବା ଜଣେ ଅଣ ସେବାୟତଙ୍କୁ ଚିହ୍ନଟ କରି ତାଙ୍କୁ ହାତଧରି ରଥରୁ...

ଭାଇ, ଭଉଣୀଙ୍କ ପରେ ରଥରେ ବିରାଜିଲେ କାଳିଆ ଠାକୁର

ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି...

ବଡ଼ ଭାଇ, ଭଉଣୀଙ୍କ ପରେ ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ,୧୫ା୭: ନବଦିନାତ୍ମକ ଯାତ୍ରା ସାରି ସୋମବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ଇତି ମଧ୍ୟରେ ନୀତି ନିର୍ଘଣ୍ଟ ଅନୁଯାୟୀ ସାମବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପ ଲାଗି ଓ ରୋଷ...

କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି।...

ଜନ୍ମବେଦୀରେ ସରି ଆସୁଛି ମହାବାହୁଙ୍କ ଲୀଳାଖେଳା: ଦକ୍ଷିଣ ମୋଡ଼ ନେଲା ୩ ରଥ

ପୁରୀ,୧୨ା୭: ମହାପ୍ରଭୁଙ୍କ ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଶୁକ୍ରବାର ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ସମ୍ପନ୍ନ ହେବା ପରେ ତିନିବାଡ଼ରୁ...

ବାହୁଡା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ରଥର ଦକ୍ଷିଣ ମୋଡ଼

ପୁରୀ,୧୨ା୭: ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା ତିନିରଥ ବାହୁଡ଼ା ପାଇଁ ଶୁକ୍ରବାର ଦକ୍ଷିଣ ମୋଡ଼ ହେବ। ତିନିରଥକୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଦକ୍ଷିଣ ମୋଡ଼ ପୂର୍ବରୁ ଭୋଇ ସେବକ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri