ରାଜ୍ୟ

ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ସିସିଟିଭି ଫୁଟେଜ ନ ପାଇ ଅନୁଭବଙ୍କ ଘରୁ ଫେରିଲା ପୋଲିସ

କଟକ ଅଫିସ,୧୬।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସାନଭାଇ ଅନୁପ୍ରାସ ମହାନ୍ତି ଜଣେ ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା(ନଂ.୧୧୩/୧୯)...

ସ୍କୁଲ ଛୁଟି ଅବଧି ବଢ଼ିବା ଖବର ଗୁଜବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ସ୍କୁଲ ଛୁଟି ବଢ଼ିନି। ଛୁଟି ଅବଧି ବଢ଼ିବା ନେଇ ଗଣଶିକ୍ଷା ବିଭାଗ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହିଁ। ଏଭଳି ଖବର ଗୁଜବ ବୋଲି କୁହାଯାଇଛି। ସୋମବାର କିମ୍ବା ମଙ୍ଗଳବାର ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ...

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଏଥିସହ ସନ୍ଧ୍ୟାରେ ଝଡ଼ ତୋଫାନ ମୌସୁମୀ ଆଗମନର...

ରାଜ୍ୟସ୍ତରୀୟ କବାଡ଼ି ପ୍ରତିଯୋଗିତା ଉଦ୍‌ଯାପିତ: ପୁରୁଷ ବିଭାଗରେ କଟକ, ମହିଳା ବିଭାଗରେ ଗୁଗୁଲ ସ୍ପୋର୍ଟିଂ ଚାମ୍ପିୟନ

ରସୁଲପୁର,୧୬ା୬(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ କୁଆଖିଆ ବଜାରଠାରେ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କବାଡ଼ି ପ୍ରତିଯୋଗିତା ଶୁକ୍ରବାର ରାତିରେ ଉଦ୍‌ଯାପିତ ହୋଇଛି। ଏଠାରେ ଅନୁଷ୍ଠିତ ଉଭୟ ପୁରୁଷ ଓ ମହିଳା ବିଭାଗର ଫାଇନାଲ ମ୍ୟାଚ୍‌ ଅତ୍ୟନ୍ତ ଚିତାକର୍ଷକ ହୋଇଥିଲା।...

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ – ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା ଶିଖାଏ, ସମ୍ବଳ ନ ଥାଇ ମୁଣ୍ଡଝାଳ ତୁଣ୍ଡରେ ମାରି ଯିଏ ପିଲାର ଭବିଷ୍ୟତ...

ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ବାଜିଲା ବିଗୁଲ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଓଡ଼ିଶାର ଖାଲିପଡ଼ିିଥିବା ୩ଟି ରାଜ୍ୟ ସଭା ଆସନରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ଶନିବାର ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନିର୍ବାଚନ ପାଇଁ ଆସନ୍ତା ୧୮ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରାର୍ଥୀମାନେ...

ମହାନଦୀରେ ବୁଡି ଯାଉଥିଲେ ଝିଅ,ଉଦ୍ଧାର କରିବାକୁ ଯାଇ ବାପା ମୃତ

ଖଣ୍ଡପଡା,୧୬ା୬(ସ୍ବ.ପ୍ର.)-ମହାନଦୀରେ ଗାଧୋଉଥିବାବେଳେ ଝିଅ ବୁଡି ଯାଉଥିବା ଦେଖି ଉଦ୍ଧାର କରିବା ପାଇଁ ପାଣିକୁ ଡେଇଁ ପଡିଥିଲେ ବାପା। ହେଲେ ଝିଅ କୂଳକୁ ଫେରି ଆସିଥିବାବେଳେ ପାଣିରେ ବୁଡି ପ୍ରାଣ ହରାଇଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଶନିବାର ନୟାଗଡ...

ପଙ୍କପାଳରେ ମାଙ୍କଡ଼ ଆତଙ୍କ: ଭୟରେ ହନୁମାନଙ୍କ ପୂଜା କଲେ ଗ୍ରାମବାସୀ

କୁଜଙ୍ଗ,୧୬ା୬(ସ୍ବ.ପ୍ର.): ଦୀର୍ଘ ଏକ ମାସ ହେଲା ପଙ୍କପାଳରେ ଆତଙ୍କ ସୃଷ୍ଟି କରିଥିବା ଏକ ମାଙ୍କଡ଼କୁ ନେଇ ସ୍ଥାନୀୟ ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି। ଇତିମଧ୍ୟରେ ମାଙ୍କଡ଼ ଆକ୍ରମଣରେ ୨୧ରୁ ଊର୍ଦ୍ଧ୍ୱ ଲୋକ ଆହତ ହେଲେଣି। ସବୁ ପ୍ରକାର ଉଦ୍ୟମ ସତ୍ତ୍ୱେ...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ...

ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,...

ଭଡ଼ାଘରୁ ଯୁବକଙ୍କ ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହାରସ୍ଥିତ ଏକ ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ପୋଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ନିଆଳି ଚାରିଛକ ଅଞ୍ଚଳର ବିଭୁପ୍ରସାଦ ମହାରଣା(୨୮)। ସୂଚନାଯୋଗ୍ୟ, ବିଭୁପ୍ରସାଦ ୨ ବର୍ଷ...

ନାହାସୋଲ ଜଙ୍ଗଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବାରିପଦା ଅଫିସ,୧୫।୬: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ସୁରେଇଡିହି ପଞ୍ଚାୟତ ନାହାସୋଲ ଜଙ୍ଗଲରୁ ଶନିବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିବାରୁ ତାକୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri