ରାଜ୍ୟ

ପରିଚାଳନା ବୈଠକ ଆରମ୍ଭ

ପୁରୀ ଅଫିସ, ୧୧।୬: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସ୍ନାନଯାତ୍ରା, ରଥଯାତ୍ରା, ବାହୁଡ଼ା, ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ ନୀତି...

ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା ଜଣେ ବ୍ୟକ୍ତିଙ୍କ ମୁଣ୍ଡ କାଟି ଦୁର୍ବୃତ୍ତମାନେ ନେଇଯାଇଥିବା ଜଣାପଡିଛି। ସେ ହେଲେ ସତ୍ୟନାରାୟଣ...

ଏସ୍‌ସିବି କାଜୁଆଲ୍‌ଟିରେ ନାହିଁ ପ୍ଲାଷ୍ଟର

କଟକ ଅଫିସ, ୧୧।୬: ଯେତେ ବ୍ୟବସ୍ଥା କଲେ ମଧ୍ୟ ଏସ୍‌ସିବି ମେଡ଼ିକାଲ କାଜୁଆଲ୍‌ଟି ଅବସ୍ଥା ସୁଧୁରୁନାହିଁ। ମେଡିକାଲର ମୁଖଶାଳା କୁହାଯାଉଥିବା କାଜୁଆଲ୍‌ଟିକୁ ନେଇ ଆଉ ଏକ ବଡ଼ଧରଣର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ଯାହାକୁ ନେଇ ରବିବାର ରାତିରେ ରୋଗୀ ସମ୍ପର୍କୀୟମାନେ...

ତତ୍ପରତା ଦେଖାଇ ଶୋଇଗଲା କମିଶନରେଟ ପୋଲିସ: ବ୍ଲାକ୍‌ ସ୍ପଟ୍‌ ସ୍ଥାନରେ ବ୍ୟାରିକେଡ୍‌, ଇଣ୍ଟରସେପ୍ଟର କଥା ଭୁଲିଗଲେ ଅଧିକାରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ) : ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଉପରେ ବାରମ୍ବାର ଦୁର୍ଘଟଣା ଘଟି ଜୀବନ ଯାଉଛି। ମାସକ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିବାବେଳେ ପୋଲିସ ପ୍ରଶାସନର ଖାମଖିଆଲ ମନୋଭାବ ପାଇଁ ଗୋଟିଏ ପରେ...

ପୁରୀକୁ ଗଡ଼ିବ ୨୦୦ ସ୍ବତନ୍ତ୍ର ବସ୍‌

କଟକ ଅଫିସ, ୧୧।୬: ରଥଯାତ୍ରା ପାଇଁ ପୁରୀକୁ ଅଧିକ ସ୍ବତନ୍ତ୍ର ୨୦୦ ବସ୍‌ ଚାଲିବ। ୪ ଦିନ ଏହି ବସ୍‌ ଚାଲିବ। ଜୁଲାଇ ୪ ତାରିଖରେ ରଥଯାତ୍ରା। ରଥଯାତ୍ରା ଦିନ ଓ ତା’ପରଦିନ ଏହି ସ୍ବତନ୍ତ୍ର ବସ୍‌ ପୁରୀକୁ ଗଡ଼ିବ।...

୩ ରଥର ୩୩ କଣଗୁଜ ସରିଲା

ପୁରୀ ଅଫିସ, ୧୧।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ମହାରଣା, ରୂପକାର, ଭୋଇ, କମାର ଓ କରତି ସେବକମାନେ କାମରେ ବ୍ୟସ୍ତ ରହିଛନ୍ତି। ଶ୍ରୀକ୍ଷେତ୍ର...

‘ନୀଳଚକ୍ରକୁ ପ୍ରଣାମ କରି ଗୁହାରି ଜଣାଇଥିଲି’

ତାଳଧ୍ୱଜ ରଥର ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର (୪୬)। ୫ବର୍ଷ ବୟସରେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ଗୋପୀନାଥ ତାଙ୍କୁ ନିହଣ ଧରାଇ କାଠରେ ଖୋଦେଇ କାମ ଶିଖାଇଥିଲେ। ଆଜି ରାଜେନ୍ଦ୍ର ଜଣେ ନିଖୁଣ ରୂପକାର ସେବକ।...

ପାଟକୁରା ପାଇଁ ପାଗଭିଡ଼ା

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ୧୪୬ ବିଧାନସଭା ଆସନରେ ନିର୍ବାଚନ ଶେଷ ହୋଇଛି। ପାଟକୁରା ଆସନରେ ଏ ପର୍ଯ୍ୟନ୍ତ ଭୋଟ ହୋଇନାହିଁ। ପାଟକୁରା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିବା ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ହେବାରୁ ଏହି ଆସନରେ ନିର୍ବାଚନ ପ୍ରଥମେ...

ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୬(ବ୍ୟୁରୋ):କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସହ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି...

ରଥଯାତ୍ରା ସିଧା ପ୍ରସାରଣ ପାଇଁ ନିଲାମ: ଭାଗନେଇଛନ୍ତି ୭ ଟିଭି ଚ୍ୟାନେଲ, ଆଜି ନିଷ୍ପତ୍ତି

ପୁରୀ ଅଫିସ,୧୧।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଅଧିକାର ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଥର ନିଲାମ ଡକାଯାଇଥିଲା। ନିଲାମ ଜରିଆରେ ଗୋଟିଏ ଟିଭି ଚ୍ୟାନେଲକୁ ହିଁ ସିଧା ପ୍ରସାରଣ ଅଧିକାର ଦିଆଯିବ ବୋଲି ମନ୍ଦିର...

ରଥଯାତ୍ରା ସିଧା ପ୍ରସାରଣ ବିବାଦ: ହାଇକୋର୍ଟରେ ମାମଲା

କଟକ ଅଫିସ, ୧୧।୬: ରଥଯାତ୍ରା ସିଧା ପ୍ରସାରଣକୁ ନେଇ ଉପୁଜିଥିବା ବିବାଦ ହାଇକୋର୍ଟରେ ପହଞ୍ଚତ୍ଛି। ପୁରୀ ତିଆଡ଼ିସାହିର ପ୍ରସନ୍ନ କୁମାର ଦାସଙ୍କ ପକ୍ଷରୁ ସୋମବାର ଏ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ଆବେଦନକାରୀ ଦାସ ପିଟିଶନରେ ଶ୍ରୀମନ୍ଦିର ମୁଖ୍ୟ...

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଭେଟଘାଟ ଉପରେ ସମସ୍ତଙ୍କ ନଜର ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri