ରାଜ୍ୟ

ଆରମ୍ଭ ହେଲା ଅଦଳବଦଳ ପ୍ରକ୍ରିୟା: ନନ୍ଦନକାନନ ଆସିଲେ ୩ ନୂଆ ଅତିଥି

ବାରଙ୍ଗ,୮ା୮(ଡି.ଏନ୍‌.ଏ.): ଚଳିତବର୍ଷର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଆରମ୍ଭ ହୋଇଛି। ଅଗଷ୍ଟ ମାସରେ ୩ଟି ପର୍ଯ୍ୟାୟରେ ନନ୍ଦନକାନନକୁ ନୂଆ ଅତିଥି ଆସିବା ନେଇ ପୂର୍ବରୁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ପ୍ରଥମ ପର୍ଯ୍ୟାୟକୁ ଛାଡି ଦ୍ୱିତୀୟ ପର୍ଯ୍ୟାୟ...

ଉଲିବୁରୁ ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍‌ ଡି. ଦାସ ଦୀପକଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଆସନ୍ତା ଡିସେମ୍ବର...

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ମିଳିଲାନି ରହିତାଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍‌ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଓ ଜଷ୍ଟିସ୍‌ କେ.ଆର୍‌....

କଟକରେ ୩ ଜଣଙ୍କ ଗଳାକାଟି ହତ୍ୟା ମାମଲା: ନାରାୟଣଙ୍କ ସ୍ତ୍ରୀଙ୍କ ପକ୍ଷରୁ ମାମଲା ରୁଜୁ

କଟକ ଅଫିସ, ୮ା୮: କଟକରେ କିଛିଦିନ ତଳେ ୨୪ଘଣ୍ଟା ମଧ୍ୟରେ ୩ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ନୟାଗଡ଼ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ନାରାୟଣ ଓଏମ୍‌ପି ଅଞ୍ଚଳରେ ଘଟିଥିବା ଦୁଇଟି...

ରୋଗୀଙ୍କ ଜୀବନ ସହ ଖେଳ: ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ବୁହା

ତାଳଚେର,୮ା୮(ନି.ପ୍ର.)  ରୋଗୀଙ୍କ ଜୀବନ ରକ୍ଷାରେ ଆମ୍ବୁଲାନ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌) ହସ୍ପିଟାଲ କର୍ତ୍ତୃପକ୍ଷ ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ପରିବହନ କରୁଛନ୍ତି। ଏପରି ଘଟଣା ଜଣାପଡ଼ିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସ୍ବେଚ୍ଛାସେବୀ...

ଲଗାଣ ବର୍ଷାରେ ବଡ଼ଚଣାରେ ଜନଜୀବନ ପ୍ରଭାବିତ: ବ୍ୟାପକ ଫସଲ ଜଳମଗ୍ନ

ଚଣ୍ଡିଖୋଲ,୮ା୮(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ବୁଧବାର ବର୍ଷା ଲାଗିରହିଛି। ଫଳରେ ବଡ଼ଚଣା ବ୍ଲକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ଚଣ୍ଡିଖୋଲ, ବାଲିଚନ୍ଦ୍ରପୁର, ଛତିଆ, ବଡ଼ଚଣା ଓ ବାଲିକୁଦା ବଜାର ଲଗାଣ ବର୍ଷା ଯୋଗୁ ଜନଶୂନ୍ୟ ରହିଥିଲା।...

୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତି...

ଚଣ୍ଡିମନ୍ଦିର ପରିଚାଳନା ବିଭ୍ରାଟ ନେଇ ବଢୁଛି ଅସନ୍ତୋଷ: କାର୍ଯ୍ୟକାରୀ ହେଉନି ଦେବୋତ୍ତର କମିଶନରଙ୍କ ଆଦେଶ

ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଚଣ୍ଡିଖୋଲର ଚଣ୍ଡିମାତା ମନ୍ଦିର ପରିଚାଳନା କ୍ଷେତ୍ରରେ ଦୀର୍ଘଦିନ ହେବ ବିଭ୍ରାଟ ହେବା ପରେ ଏହାକୁ ନେଇ ଦେବୋତ୍ତର କମିଶନରେ ମାମଲା ରୁଜୁ ହୋଇଥିଲା। କମିଶନର ଏଠାରେ ଗଠିତ ଟ୍ରଷ୍ଟ ବୋର୍ଡକୁ ରଦ୍ଦ କରି ସ୍ଥାୟୀ ପରିଚାଳନା କମିଟି ଗଠନ...

ଜାତୀୟ ରାଜପଥ ପୋଲ ପଥଚାରୀଙ୍କ ପାଇଁ ପାଲଟିଛି ମରଣଯନ୍ତା

ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଜାତୀୟ ରାଜପଥରେ କେନ୍ଦ୍ର ସରକାର ଟୋଲ ଗେଟ ସ୍ଥାପନ କରି ରାଜପଥ ପାଇଁ ଟୋଲ ଟିକସ ଆଦାୟ କରୁଥିଲାବେଳେ ଏହାର ମରାମତି ପାଇଁ ଆଦୌ ଧ୍ୟାନ ଦେଉ ନ ଥିବା ଅଭିଯୋଗ ହୋଇଛି। ଯେଉଁଥି ପାଇଁ ବାରମ୍ବାର ଦୁର୍ଘଟଣା...

ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍‌

କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ ହେଉଛି। ବର୍ଷା ଲାଗି ରହିବାରୁ ଏହା ବିଶେଷ ଭାବେ କୃଷି ଓ କୃଷକଙ୍କ...

କଣ୍ଟିଲୋବାସୀଙ୍କ ପାନୀୟ ଜଳ ମହାନଦୀର ଗୋଳିଆ ପାଣି

ଖଣ୍ଡପଡା,୮ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଅନ୍ତର୍ଗତ କଣ୍ଟିଲୋ ନୀଳମାଧବଜୀଉ ପଯର୍‌ୟଟନ କ୍ଷେତ୍ର ଓ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି । ୧୫ ହଜାରରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଏହି ରାଜସ୍ବ ଗ୍ରାମର ୨୫ଟି ୱାର୍ଡକୁ ନେଇ...

ରାଜନୈତିକ ଚାପରେ ଡ୍ରେନ ନିର୍ମାଣ: ଘଣ୍ଟାଏ ବର୍ଷାରେ ଘରେ ପଶିଲା ପାଣି

ଓଡ଼ଗାଁ,୮ା୮(ସ୍ବ.ପ୍ର.): ଓଡଗାଁ ଏନ୍‌ଏସି ମାନ୍ୟତା ପାଇବା ପରେ ବିଭିନ୍ନ ଓ୍ବାର୍ଡର ରାସ୍ତା ଓ ଡ୍ରେନ ନିର୍ମାଣ କରାଯାଇଥିଲା। ହେଲେ ଜରୁରୀ ଆବଶ୍ୟକତା ଥିବା ସ୍ଥାନକୁ ବାଦ୍‌ଦେଇ ରାଜନୈତିକ ଚାପରେ ଅନ୍ୟତ୍ର ଡ୍ରେନ ନିର୍ମାଣ ହୋଇଥିବାରୁ ବର୍ଷାପାଣି ବିଭିନ୍ନ ସାହିର ଲୋକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri