ରାଜ୍ୟ

ବଣ୍ଡାଘାଟିରେ ବନ୍ୟା ପରିସ୍ଥିତି: ଅନେକ ଗ୍ରାମରେ ପହଞ୍ଚିପାରିନି ପ୍ରଶାସନ

ଖଇରପୁଟ, ୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାର ଖଇରପୁଟ ବ୍ଲକରେ ଲଗାଣବର୍ଷା ଯୋଗୁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଅନେକ ଗ୍ରାମ ଜଳବନ୍ଦୀ ହୋଇରହିଛି। କେତେକ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ବଣ୍ଡାଘାଟିରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି...

ପଡିଆ ବାହ୍ୟ ଜଗତରୁ ବିଚ୍ଛିନ୍ନ

ପଡିଆ,୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ସୋମବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ଜିଲାର ପଡିଆ ବ୍ଲକ ୨ଦିନ ହେଲା...

ବରିଷ୍ଠ ଆଇପିଏସ୍‌ ବି.କେ. ଶର୍ମାଙ୍କୁ ଇନ୍‌ଚାର୍ଜ ଡିଜିପି ଦାୟିତ୍ୱ

ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍‌ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍‌ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ନୂତନ ନିଯୁକ୍ତି ଦିଆଯିବା ହେତୁ ବିଜୟଙ୍କୁ ଭାରପ୍ରାପ୍ତ ଅଧିକାରୀ ଭାବେ ଦାୟିତ୍ୱ...

ହଂସରାଳି, ୧୦ ଛୁଆ ଉଦ୍ଧାର

ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି। ସେମାନଙ୍କୁ ଅରାଚଣ୍ଡୀ ପାଟରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ମଙ୍ଗଳବାର...

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ପାସ ହାର ୪୩.୬୨%

ଭୁବନେଶ୍ୱର,୭।୮(ବ୍ୟୁରୋ): ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ମୋଟ ପାସ ହାର ୪୩.୬୨% ରହିଥିବା ବେଳେ ଓପନ୍‌ ସ୍କୁଲରେ ପାସ ହାର ୬୩.୪୪% ଥିବା ଜଣାପଡ଼ିଛି। ପ୍ରକାଶ ଯୋଗ୍ୟ, ମଙ୍ଗଳବାର ଯୁକ୍ତ ୨ ସପ୍ଲିମେଣ୍ଟାରୀ ପରୀକ୍ଷା...

କ୍ୟାଣ୍ଟିନ ପରିଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଫାଟକରେ ତାଲା ପକାଇଲେ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୭।୮- ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଂଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ୍‌୍‌ ଫାଟି ୩ ଛାତ୍ର ଆହତ ହେବା ଘଟଣାକୁ ନେଇ ବୁଧବାର ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ବୁଧବାର ସକାଳୁ ଛାତ୍ରମାନେ କଲେଜ...

ଭିଜିଲାନ୍ସ ଜାଲରେ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ

ଛେଣ୍ଡିପଦା,୭।୮(ସ୍ବ.ପ୍ର.): ଅନୁଗୋଳ ଭିଜିଲାନ୍ସ ପକ୍ଷରୁ ବୁଧବାର ଛେଣ୍ଡିପଦା ତହସିଲ ଅନ୍ତର୍ଗତ ପୂର୍ବତନ କଣଲୋଇ ରାଜସ୍ବ ନିରୀକ୍ଷକ ବାସଭବନ ସମେତ କଣଲୋଇ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ବିଭାଗ ପ୍ରଥମେ ତହସିଲର ପୂର୍ବତନ ଆରଆଇ ଜଗବନ୍ଧୁ ନାଏକଙ୍କ ଛେଣ୍ଡିପଦା...

ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୭।୮(ବ୍ୟୁରୋ) : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଷମାଙ୍କ ବିୟୋଗରେ ଗଭୀର...

ସରକାରୀ ଯୋଜନାରୁ ସୁଫଳ ପାଉ ନାହାନ୍ତି ଜନଜାତି ଲୋକେ: ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବିତାଉଛନ୍ତି ଜୀବନ

ଖଣ୍ଡପଡା,୭।୮(ସ୍ବ.ପ୍ର.)-ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ୫ ନମ୍ବର ଜିଲା ପରିଷଦ ଜୋନ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକେ ନାନା ସମସ୍ୟା ମଧ୍ୟରେ ରହିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନଜାତିଙ୍କ ନିମନ୍ତେ କେନ୍ଦ୍ର ଓ ରାଜ୍ୟ...

ଡାହୁକା ନଦୀରେ ନାହିଁ ଗାର୍ଡଓ୍ବାଲ୍‌ : ୧୦୦ରୁ ଊର୍ଦ୍ଧ୍ୱ ଘର ଭାସିଯିବା ଆଶଙ୍କା

ନୂଆଗାଁ,୭।୮(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତସ୍ଥ ଏହି ଗ୍ରାମକୁ ଲାଗି ପ୍ରବାହିତ ହେଉଛି ଡାହୁକା ନଦୀ। ତେବେ ଏହି ନଦୀରେ ଗାର୍ଡଓ୍ବାଲ ନ ଥିବାରୁ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହୋଇ ଧନଜୀବନ ନଷ୍ଟ ହେବାର ସମ୍ଭାବନାକୁ...

ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ

ରସୁଲପୁର,୭।୮(ଡି.ଏନ୍‌.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ ଟଙ୍କାରେ ମଉଜ ମଜିଲିସ୍‌ କରୁଛନ୍ତି। ମାତ୍ର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଯୋଜନା ଟଙ୍କା...

ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ: ଅପହରଣର ୫ମାସ ପରେ ବି ନାବାଳିକାଙ୍କ ମିଳୁନି ପତ୍ତା

ରସୁଲପୁର,୬।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧିନସ୍ଥ ରସୁଲପୁର ବ୍ଲକ ଅଞ୍ଚଳରେ ଅବସ୍ଥିତ ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ ହୋଇପଡ଼ିଛି। ୫ମାସ ତଳେ ଅପହରଣ ହୋଇଥିବା ଜନୈକା ନାବାଳିକାଙ୍କୁ ପୋଲିସ ଧରିବାରେ ବିଫଳ ହେବା ଘଟଣାରୁ ଏହା ପ୍ରମାଣିତ ହେଉଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri