କୋଲକାତା,୮।୩: ପଶ୍ଚିମବଙ୍ଗ ଗୋରୁ ଚୋରା ଚାଲାଣ ମାମଲାରେ ଟିଏମସି ନେତା ଅନୁବ୍ରତ ମଣ୍ଡଳଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି। ମଙ୍ଗଳବାର ଇଡି ଦ୍ୱାରା ଦାଖଲ କରାଯାଇଥିବା ପିଟିସନ ଉପରେ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ଇଡି କୋର୍ଟରେ ୧୪ ଦିନ ରିମାଣ୍ଡ ପାଇଁ ଦାବି କରିଥିଲେ ଏବଂ ଅଭିଯୁକ୍ତଙ୍କୁ ପଚରାଉଚରା କରିବା ଅତ୍ୟନ୍ତ ଜରୁରୀ ବୋଲି କହିଥିଲେ। ହେଲେ କୋର୍ଟ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି।