ସାବଧାନତାକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର,୩୦।୩: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ଦିନିକିଆ ଅନ୍‌ଲାଇନ ସେମିନାର ‘ବ୍ୟାଙ୍କରେ ଠକେଇ ଓ ସାବଧାନତା ଅବଲମ୍ବନ’ ଶୀର୍ଷକ ବିଷୟ ଉପରେ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଓଆଇର ଭୁବନେଶ୍ୱର ଆଞ୍ଚଳିକ ପ୍ରବନ୍ଧକ ମଳୟ ଦାସ ଏସ୍‌ ସ୍ବାଗତ ଅତିଥି ପରିଚୟ ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଏହି ଅବସରରେ ବିଓଆଇ ମୁଖ୍ୟ କାର୍ଯ୍ୟାଳୟର ରାଜଭାଷା ବିଭାଗର ସହାୟକ ମହାପ୍ରବନ୍ଧକ ତଥା ରାଜଭାଷା ପ୍ରମୁଖ ସୁଶ୍ରୀ ମଉ ମୈତ୍ରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଆମେ ଛୋଟ ଛୋଟ ସୁରକ୍ଷାତ୍ମକ ପଦକ୍ଷେପ ଗ୍ରହଣ କରିବା ଦ୍ୱାରା ବିଭିନ୍ନ ପ୍ରକାର ଠକାମିରୁ ନିଜକୁ ରକ୍ଷା କରିପାରିବା। ସେହିଭଳି ବିଓଆଇ ସୁରକ୍ଷା ବିଭାଗର ମୁଖ୍ୟ ପ୍ରବନ୍ଧକ ବେଦପ୍ରକାଶ ଓଝା ମୁଖ୍ୟବକ୍ତାଭାବେ ଯୋଗଦେଇ ପାୱାର ପଏଣ୍ଟ ଜରିଆରେ ବିଭିନ୍ନ ଜାଲିଆତି ଏବଂ ତା’ର ସାବଧାନତା ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିଥିଲେ। ଅପରପକ୍ଷରେ ନରାକାସ ବ୍ୟାଙ୍କ ଭୁବନେଶ୍ୱରର ସଦସ୍ୟ, ଏଲ୍‌ଆଇସିର ରାଜଭାଷା ପ୍ରଭାରୀ ବିପିନ ଏକ୍କା ମଧ୍ୟ ଏ ସମ୍ପର୍କିତ ବିଭିନ୍ନ ପ୍ରକାର ସୁରକ୍ଷିତ ଉପାୟ ବିଷୟରେ ବର୍ଣ୍ଣନା କରିଥିଲେ। ପରିଶେଷରେ ଇନ୍ଦୋର ଅଞ୍ଚଳର ରାଜଭାଷା ବିଭାଗର ମୁଖ୍ୟ ପ୍ରବନ୍ଧକ ଅମରୀଶ କୁମାର ଉକ୍ତ ସମ୍ମିଳନୀରେ ପ୍ରାପ୍ତ ହୋଇଥିବା ମହତ୍ତ୍ୱପୂର୍ଣ୍ଣ ସୂଚନାକୁ ବେଶ୍‌ ପ୍ରଶଂସା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୩୨ଜଣ ରାଜଭାଷା ଅଧିକାରୀ ଅଂଶଗ୍ରହଣ କରିଥିଲେ। ଉଲ୍ଲେଖଯୋଗ୍ୟ, ରାଜଭାଷା ବିଭାଗର ବରିଷ୍ଠ ପ୍ରବନ୍ଧକ ସୋନିଆ ସାୱନ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri