Categories: ଜାତୀୟ

କେଜ୍‌ରିୱାଲଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି।

ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍‌ ଅଭିଯୋଗରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଥିଲା । ଏହି ମାମଲାରେ ନିକଟରେ ରୌଜ୍‌ ଏଭିନ୍ୟୁ କୋର୍ଟ କେଜ୍‌ରିଓ୍ବାଙ୍କୁ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟରେ ଜାମିନ ଆବେଦନ ସ୍ଥଗିତ ରହିଥିବା ବେଳେ କେଜ୍‌ରିଓ୍ବାଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ସିବିଆଇ ତାଙ୍କୁ ଗିରଫ କରିଛି।

 

Share