Posted inଜାତୀୟ

ସିବିଆଇ ରୁଜୁ କଲା ମାମଲା, ଗିରଫ ହେବେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ!

କୋଲକାତା,୨୪।୮: ଆର ଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଏବେ ଅଡୁଆରେ। ନିଜ ହସ୍ପିଟାଲର ସେମିନାର ରୁମରୁ ଟ୍ରେନି ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିବା ଦିନ ଠାରୁ ସନ୍ଦୀପ ବିବାଦରେ ରହିଛନ୍ତି। ସିବିଆଇ ତାଙ୍କୁ ମାରାଥନ ଜେରା କରିବାରେ ଲାଗିଛି।

ଏବେ ସିବିଆଇ ତାଙ୍କ ନାଁରେ ଆର୍ଥିକ ଅନିୟମିତତା ମାମଲା ରୁଜୁ କରିଛି। ତାଙ୍କ କାର୍ଯ୍ୟକାଳ ସମୟରେ ହସ୍ପିଟାଲରେ ବ୍ୟାପକ ଆର୍ଥିକ ଅନିୟମିତତା ହୋଇଥିବା ସିବିଆଇ ଜାଣିବାକୁ ପାଇଛି। ଏକଥା ଜଣାପଡିବା ପରେ ସିବିଆର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ତାଙ୍କ ନାଁରେ ଏତଲା ଦାଏର କରାଯାଇଛି। ଏତଲା କପି ସିଜେଏମ କୋର୍ଟରେ ସିବିଆଇ ଦାଖଲ କରିଛି। କୋର୍ଟରେ ସିବିଆଇ ଏତଲା ଦାଖଲ କରିଥିବାରୁ ସନ୍ଦୀପ ଗିରଫ ହୋଇପାରନ୍ତି ବୋଲି ସମ୍ଭାବନା ରହିଛି।

ମେଡିକାଲ କଲେଜର ପୂର୍ବତନ ଡେପୁଟି ଅଧ୍ୟକ୍ଷ ଅଖତର ଅଲୀ ପ୍ରଥମେ ସନ୍ଦୀଙ୍କ ବିରୋଧରେ ଆର୍ଥିକ ଅନିୟମିତତାର ଅଭିଯୋଗ ଆଣିଥିଲେ। ଆର ଜି କର ମେଡିକାଲ କଲେଜରେ ସନ୍ଦୀପ ପ୍ରିନ୍ସିପାଲ ହେବା ଦିନ ଠାରୁ ନିଜର ମନମାନୀ କରିବା ସହ ଆର୍ଥିକ ହେରଫେର କରିଚାଲିଥିଲେ। ତେଣୁ ଏହାର ତଦନ୍ତ ଇଡି ଦ୍ୱାରା କରିବାକୁ ସେ ଦାବି କରିଥିଲେ। ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣା ସହ ସିବିଆଇ ସନ୍ଦୀପଙ୍କ ଆର୍ଥିକ ଦୁର୍ନୀତିର ମଧ୍ୟ ଖୋଳତାଡ କରୁଥିଲା। ଏବେ ତାଙ୍କ ନାଁରେ ମାମଲା ହୋଇଛି। ଏସଆଇଟି ଆଜି ସମସ୍ତ ଆବଶ୍ୟକ ଦସ୍ତାବିଜ ସିବିଆଇକୁ ହସ୍ତାନ୍ତର କରିଛି। ସିବିଆଇ ଦସ୍ତାବିଜ ପାଇବା ପରେ ପୁଣିଥରେ ଗୋଟିଏ ଏଫଆଇଆର ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri