Posted inଜାତୀୟ

ଫିଟୁଛି ଆର୍‌.ଜି. ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ଉପରୁ ପରଦା

କୋଲକାତା,୨୬ା୮: ଆର୍‌.ଜି. ମେଡିକାଲ କଲେଜ ଓ ହସ୍ପିଟାଲରେ ଆର୍ଥତ୍କ ଅନିୟମିତତା ମାମଲାରେ ସିବିଆଇ ଏତଲା ଦାଏର କରିଛି। ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ନାଁ ଉକ୍ତ ଏତଲାରେ ରହିଛି। ତାଙ୍କ କାର୍ଯ୍ୟକାଳରେ ମେଡିକାଲ କଲେଜରେ ଆର୍ଥତ୍କ ଅନିୟମିତତା ହୋଇଥିଲା। ତାଙ୍କ ବିରୋଧରେ ଆଇପିସିର ଦଫା ୧୨୦ବି (ଆପରାଧିକ ଷଡ଼ଯନ୍ତ୍ର), ୪୨୦ ( ଠକେଇ ଓ ଅସାଧୁ କାରବାର) ଏବଂ ଦୁର୍ନୀତି ନିବାରଣ ଆଇନର ଧାରା ୭ ଲାଗିଛି। ଏହା ସଜ୍ଞାନ ଅପରାଧ ହୋଇଥିବାରୁ ଜାମିନବିହୀନ ବୋଲି କୋଲକାତା ହାଇକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ କହିଛନ୍ତି। ତାଙ୍କ ବ୍ୟତୀତ ମଧ୍ୟ ଜୋରହାଟର ମା’ ତାରା ଟ୍ରେଡର୍ସ, ବେଲଗାଛିଆର ଏଶାନ କେଫ୍‌ ଏବଂ ଖମା ଲୌହା ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇଛି।
ଅନ୍ୟପକ୍ଷରେ ଆର୍‌.ଜି. ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସୋମବାର ପୁନର୍ବାର ସନ୍ଦୀପ୍‌ ଓ ଅନ୍ୟମାନଙ୍କର ପଲିଗ୍ରାଫ୍‌ ପରୀକ୍ଷା କରାଯାଇଛି। ଏହି ମାମଲାରେ ସିବିଆଇ ଦୀର୍ଘ ୮୮ ଘଣ୍ଟା ସନ୍ଦୀପ୍‌ଙ୍କୁ ଜେରା କରିଥିଲେ ମଧ୍ୟ ତାଙ୍କ ଉତ୍ତରରେ ତାଳମେଳ ରହୁ ନ ଥିଲା। ଶନିବାର ତାଙ୍କର ଲାଏ ଡିଟେକ୍ଟର ପରୀକ୍ଷା କରାଯାଇଥିବାବେଳେ ସୋମବାର ପୁଣିଥରେ ହୋଇଛି। ତାଙ୍କ ସମେତ ଅନ୍ୟ ୫ ଜଣଙ୍କର ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ପଲିଗ୍ରାଫ୍‌ ଟେଷ୍ଟ ହୋଇଛି। ମହିଳା ଡାକ୍ତରଙ୍କୁ ନ୍ୟାୟ ଦାବିରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri