ବାହାନଗା ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ସୁପାରିସ

ଭୁବନେଶ୍ୱର,୪ା୬: ବାଲେଶ୍ୱର ଜିଲା ବାହାନଗା ରେଳ ଷ୍ଟେଶନରେ ହୋଇଥିବା ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ପାଇଁ ରେଲଓ୍ବେ ବୋର୍ଡ ପକ୍ଷରୁ ସୁପାରିଶ କରାଯାଇଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି।

ଯେଉଁ ପରିସ୍ଥିତିରେ ଘଟଣା ଘଟିଲା ତାହାର ବିଭାଗୀୟ ତଥ୍ୟ ମିଳିବା ପରେ ରେଲୱେ ବୋର୍ଡ ସିବିଆଇ ତଦନ୍ତ ସୁପାରିସ କରିଛି। ତେଣୁ ଘଟଣାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦିଆଯିବ। ଦୁର୍ଘଟଣାର ସ୍ଥିତି ସଜାଡ଼ିବାରେ ପ୍ରଶାସନ ପକ୍ଷରୁ ଜୋରଦାର ଉଦ୍ୟମ ଜାରି ରହିଥିବା ରେଳମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାହାନଗାରେ ଦୁର୍ଘଟଣାସ୍ଥଳ ଏବଂ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କୁ ଭେଟିବା ପରେ ପ୍ରତିକ୍ରିୟାରେ ରଖିଥିଲେ। ଏହି ଘଟଣା ସରକାରଙ୍କ ପାଇଁ ଗମ୍ଭୀର ତଥା ସମ୍ବେଦନଶୀଳ ବୋଲି କହିବା ସହ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏପରିକି ଏହି ଭୟଙ୍କର ଦୁର୍ଘଟଣା ପାଇଁ ଯେଉଁମାନେ ଦୋଷୀ ପ୍ରମାଣିତ ହେବେ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

 

Share