ନୂଆଦିଲ୍ଲୀ, ୧୯।୮: ବହୁ ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ହେବ। ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ତଦନ୍ତ ପ୍ରକ୍ରିୟାରେ ମୁମ୍ବାଇ ପୋଲିସକୁ ସହଯୋଗ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଦୀର୍ଘ ଦିନରୁ ସୁଶାନ୍ତଙ୍କ ପରିବାର ଏବଂ ତାଙ୍କ ପ୍ରଶଂସକ ସିବିଆଇ ତଦନ୍ତ ଦାବି କରିଆସୁଥିଲେ।