Advertisement

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।
ରସୁଲଗଡ଼ରୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ସ୍କୁଟିକୁ ଧକ୍କା ଟ୍ରକ ଦେଇଥିଲା । ଟ୍ରକ ଧକ୍କାରେ ସ୍କୁଟି ଚାଳକଙ୍କ ମୁଣ୍ଡରେ ଗଭୀର କ୍ଷତ ଲାଗିଛି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ୍କୁ ପଠାଇଛି। ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଟ୍ରକ୍‌ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share