Posted inରାଜ୍ୟ

ପୁଣି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ଭାଜପା

ନୂଆଦିଲ୍ଲୀ,୨୯।୫: ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ପୁଣି ଫେରାଦ ହୋଇଛି ଭାରତୀୟ ଜନତା ପାର୍ଟି(ଭାଜପା)। ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି କେନ୍ଦ୍ରୀୟ ଭାଜପା ଟିମ୍‌ ଏନେଇ ଗୁରୁତର ଅଭିଯୋଗ ଆଣିଛି।

ରାଜ୍ୟରେ ନିର୍ବାଚନ ହିଂସାକୁ ଉସୁକାଇବା ନେଇ CECଙ୍କୁ ଗୁରୁତର ଅଭିଯୋଗ କରିଛି କେନ୍ଦ୍ରୀୟ ଭାଜପା। ତେଣୁ ସୁଜାତାଙ୍କୁ ରାଜ୍ୟରୁ ଅପସାରଣ କରିବା ସହ ସସ୍‌ପେଣ୍ଡ ପାଇଁ ଦାବି କରିଛି ଦଳ। ଭାଜପା କରିଥିବା ଅଭିଯୋଗରେ କହିଛି, ‘ବରିଷ୍ଠ ବିଜେଡି ନେତା ତଥା ସୁଜାତା ସ୍ୱାମୀ ପାଣ୍ଡିଆନଙ୍କ ନିର୍ଦ୍ଦେଶରେ ସୁଜାତା କାର୍ଯ୍ୟ କରୁଛନ୍ତି। ସସ୍‌ପେଣ୍ଡ ହୋଇଥିବା ଡିଏସ୍‌ କୁଟ୍ଟେ, ଆଶିଷ ସିଂ, ସୁଜାତା ମିଶି କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ପାଣ୍ଡିଆନଙ୍କ ଗାଇଡାନ୍ସରେ ଏହିତିନି ଜଣ କାର୍ଯ୍ୟ କରୁଥିବା କୁହାଯାଇଛି’। ପୂର୍ବରୁ ସୁଜାତାଙ୍କୁ ECIଙ୍କ ନିର୍ଦ୍ଦେଶରେ ମିଶନ ଶକ୍ତି ସଚିବ ପଦରୁ ହଟା ଯାଇଥିଲା।

ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ତଥା ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି । ଏଥିସହିତ ୨୦୧୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ କୁମାର ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବାକୁ ଭାରତର ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ମଙ୍ଗଳବାର କମିଶନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। କୁଟ୍ଟେଙ୍କୁ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ସରକାରଙ୍କ ମୁଖ୍ୟ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ବୁଧବାର ଅପରାହ୍ନ ୩ଟା ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହିତ ଡି.ଏସ୍‌. କୁଟ୍ଟେଙ୍କ ବିରୋଧରେ ଥିବା ଚିଠା ଚାର୍ଜଶିଟ୍‌କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଦେବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କୁଟ୍ଟେଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁସାରେ ଆବଶ୍ୟକ ଚାର୍ଜଶିଟ୍‌ ମେ’ ୩୦ତାରିଖ ସୁଦ୍ଧା ପ୍ରସ୍ତୁତ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଜାରି ହୋଇଛି।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ୨୦୧୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଆଶିଷ କୁମାର ସିଂ ମେ’ ୪ ତାରିଖରୁ ସ୍ବାସ୍ଥ୍ୟ ଖରାପ ଥିବା ଦର୍ଶାଇ ଛୁଟିରେ ଅଛନ୍ତି। ମାତ୍ର ସେ ନିର୍ବାଚନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ କ୍ଷେତ୍ରସ୍ତରରୁ ବାରମ୍ବାର ଖବର ଆସୁଥିବାରୁ ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ କରି ମେ’ ୩୦ ତାରିଖ ସୁଦ୍ଧା ତାଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ କମିଶନ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଆବଶ୍ୟକ ପ୍ରକ୍ରିୟା କରିବା ସହ ଆଶିଷ କେଉଁସବୁ ରୋଗ ପାଇଁ ଚିକିତ୍ସିତ ହେଉଛନ୍ତି ତା’ର ବିସ୍ତୃତ ରିପୋର୍ଟ ମେ’ ୩୧ ତାରିଖ ସୁଦ୍ଧା ପ୍ରଦାନ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri