ପାଇଖାନା ନିର୍ମାଣ ନାମରେ ହରିଲୁଟ୍‌

ଭାପୁର,୪ା ୮(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକରେ ଫେଲ ମାରିଛି କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା। ପାଇଖାନା ନିର୍ମାଣ ନାମରେ ହୋଇଛି ଲକ୍ଷାଧିକ ଟଙ୍କା ହରିଲୁଟ । ପାଇଖାନା ନ ଥାଇ ବାହ୍ୟ ମଳମୁକ୍ତ ଅଞ୍ଚଳ ବୋଲି ଘୋଷଣା କରାଯାଇ ସବୁଆଡେ ଫଳକ ମରାଯାଇଛି । ଏକଥା ଦେଖିଲେ ଯେ କେହି ତାଜୁବ ହୋଇଯିବ । ଅଧିକାଂଶ ଗାଁରେ ପାଇଖାନା ନିର୍ମାଣ ହୋଇ ନ ଥିବା ବେଳେ କାଗଜ କଲମରେ ସବୁ କିଛି ଠିକ୍‌ ଚାଲିଥିବା ଦେଖିବାକୁ ମିଳିଛି ।

ମିଳିଥିବା ସୂଚନା ଅନୁଯାୟୀ, ଭାପୁର ବ୍ଲକରେ କେଉଁଠି ପାଇଖାନା ନିର୍ମାଣ ହୋଇ ନାହିଁ ତ ଆଉ କେଉଁଠି ଅଧାପନ୍ତରିଆ ଅବସ୍ଥାରେ ରହିଛି । ନିମ୍ନମାନର କାମ ଯୋଗୁ ବହୁ ପାଇଖାନା ମାଟିରେ ମିଶି ସାରିଛି । ଅଧିକାଂଶ ପାଇଖାନାରେ କବାଟ ନ ଥିବା ବେଳେ ଟାଙ୍କିରେ ଘୋଡଣୀ ପଡିନାହିଁ । ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନ ସାକାର କରିବାକୁ ଯାଇ କେନ୍ଦ୍ର ସରକାର ସ୍ବଚ୍ଛ ପରିମଳ ଯୋଜନାରେ ସମସ୍ତ ପରିବାରକୁ ପାଇଖାନା ନିର୍ମାଣ କରିବାକୁ ଆର୍ଥିକ ସହାୟତା ଯୋଗାଇ ଦେଇଥିଲେ । ଏଥିପାଇଁ ହିତାଧିକାରୀଙ୍କୁ ୧୨ହଜାର ଟଙ୍କା ଲେଖାଏ ଦେବାକୁ ପ୍ରଶାସନ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା ା ଭାପୁର ବ୍ଲକର ୨୦ପଞ୍ଚାୟତର ୧୨୬ ଗାଁରେ ପାଇଖାନା ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିଲା । ଏଥିପାଇଁ ଜଳ ଓ ପରିମଳ ବିଭାଗର ଯନ୍ତ୍ରୀ ଏବଂ କର୍ମଚାରୀମାନେ ଦାୟିତ୍ୱ ନେଇଥିଲେ । ଗାଁ ଗାଁ ବୁଲି ପାଇଖାନା କାର୍ଯ୍ୟର ତଦାରଖ କରିଥିଲେ ା ଅଦ୍ୟାବଧି ଅଧିକାଂଶ ପାଇଖାନା ନିର୍ମାଣ ଅଧାରେ ଅଟକିଛି । ଏପଟେ ସମସ୍ତ ହିତାଧିକାରୀଙ୍କ ପାଇଖାନା ନିର୍ମାଣ ଶେଷ ହୋଇଥିବା ଦର୍ଶାଇ ରିପୋର୍ଟ ପ୍ରଦାନ କରାଯାଇଛି । ଫଳରେ ସରକାର ସେହି ଗାଁକୁ ବାହ୍ୟ ମଳମୁକ୍ତ ଅଞ୍ଚଳ ଭାବେ ଘୋଷଣା କରି ବଡ଼ ବଡ଼ ହୋଡ଼ିଂ ମାରିଛନ୍ତି । ବିଜିପୁର ଓ ଧାନଚାଙ୍ଗଡା ପଞ୍ଚାୟତରେ ଠିକାଦାର ନିମ୍ନମାନର ପାଇଖାନା କରି ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି । କେଉଁଠି ପାଇଖାନା କବାଟ ଆଜି ପର୍ଯ୍ୟନ୍ତ ଲାଗି ନାହିଁ । ଟାଙ୍କିରେ ନନ୍ଦ ପଡିଛି ହେଲେ ଉପର ଘୋଡଣୀ ପଡିନାହିଁ । ପାଇଖାନା ଉପରେ ଆଜବେଷ୍ଟ ପଡିନାହିଁ । ହେଲେ ଠିକାଦାର ହିତାଧିକାରୀଙ୍କ ଫଟୋ ଉଠାଇ ଦସ୍ତଖତ ନେଇ ଟଙ୍କା ଉଠାଇ ନେଇଛନ୍ତି । ସୁନାଖଳା ଗ୍ରାମର ଅଗାଧୁ ବରାଡ, ସୁବଳ ବରାଡ, ଶତ୍ରୁଘନ ବରାଡଙ୍କ ପାଇଖାନା ଟାଙ୍କିରେ ଘୋଡଣୀ ନାହିଁ । ସେମାନେ ଠିକାଦାରଙ୍କୁ ଏ ସଂକ୍ରାନ୍ତରେ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ । ଲୋକମାନେ ଘରେ ଥିବା ପାଇଖାନାକୁ ବ୍ୟବହାର ନ କରି ତା ଭିତରେ ଜାଳେଣି କାଠ ରଖୁଥିବା ଦେଖିବାକୁ ମିଳିଛି । ଲୋକମାନେ ରାସ୍ତା କଡରେ ମଳତ୍ୟାଗ କରୁଛନ୍ତି । ଏଥିପାଇଁ ବିଜିପୁର-ସୁନାଖଳା ରାସ୍ତାରେ ଯାତାୟତ କରିବା ସମ୍ଭବ ହୋଇନାହିଁ । ଏସଂକ୍ରାନ୍ତରେ ରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ବୁଲାଣି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…

ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଞ୍ଜାମ ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

ଚାଷୀଙ୍କ ଚିନ୍ତା ବଢ଼ାଇଲାଣି ଚକଡ଼ା ରୋଗ: ଧାନ ଫସଲରେ ବ୍ୟାପିବା ଆରମ୍ଭ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ)- ରାଜ୍ୟର ବରଗଡ଼ ଜିଲାରେ ଅଧିକ ଧାନଚାଷ ହୋଇଥାଏ। କିନ୍ତୁ ଏଠାରେ ଚାଷକୁ ନେଇ ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧାନଚାଷ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image