ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍‌, ବିଭିନ୍ନ ବନ୍ୟାଞ୍ଚଳ କରିବେ ପରିଦର୍ଶନ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ବନ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିବା ପାଇଁ କେନ୍ଦ୍ରୀୟ ଟିମ୍‌ ବୁଧବାର ଭୁବନେଶ୍ୱରେ ପହଞ୍ଚିଛନ୍ତି। କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରଣାଳୟର ଯୁଗ୍ମ ସଚିବ (ଏଲ୍‌ଡବ୍ଲ୍ୟୁଇ)ର ପ୍ରବୀଣ ବଶିଷ୍ଟଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ ଆଜି ସକାଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହି ଟିମ୍‌ରେ ଗୃହ, କୃଷି, ଜଳସଂପଦ ଆଦି ମନ୍ତ୍ରଣାଳୟର ସଦସ୍ୟମାନେ ରହିଛନ୍ତି।

ଏହି ଟିମ୍‌ର ସଦସ୍ୟମାନେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲାର କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତରେ ଯିବେ। ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତି ଆକଳନ ପରେ ସେମାନେ ଗୁରୁବାର ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସହ ଏକ ବୈଠକ କରିବେ। ସେହିଦିନ ସନ୍ଧ୍ୟାରେ ଏହି କେନ୍ଦ୍ରୀୟ ଟିମ୍‌ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Share