ନୂଆଦିଲ୍ଲୀ,୨୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କୋଭିଡ୍-୧୯ କଟକଣାକୁ ଗୁରୁବାର ଫେବୃୟାରୀ ୨୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି। ପୂର୍ବରୁ ଜାନୁୟାରୀ ୩୧ ତାରିଖ ପର୍ଯ୍ୟନ୍ତ ଦେଶରେ ଏହି କଟକଣା ଲାଗୁ କରାଯାଇଥିଲା।
“ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି” ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଚିବ ଅଜୟ କୁମାର ଭାଲା ନିର୍ଦ୍ଦେଶନାମାରେ ଲେଖିଛନ୍ତି।