Posted inଜାତୀୟ

ମମତାଙ୍କୁ ଆଇନା ଦେଖାଇଲା କେନ୍ଦ୍ର, ମହିଳାଙ୍କୁ ସୁରକ୍ଷା ଦେବାରେ ପଶ୍ଚିମବଙ୍ଗ ସରକାର…

ନୂଆଦିଲ୍ଲୀ,୨୬ା୮ : ପଶ୍ଚିମବଙ୍ଗରେ ୪୮,୬୦୦ ବଳାତ୍କାର ଏବଂ ପୋକ୍‌ସୋ ମାମଲା ବିଚାର ଅପେକ୍ଷାରେ ପଡ଼ି ରହିଥିବାବେଳେ ମମତା ବାନାର୍ଜୀ ସରକାର ଅବଶିଷ୍ଟ ୧୧ଟି ଫାଷ୍ଟ-ଟ୍ରାକ୍‌ କୋର୍ଟ ପ୍ରତିଷ୍ଠା କରିବାରେ ବିଫଳ ହୋଇଛନ୍ତି। ରାଜ୍ୟକୁ ୧୨୩ଟି ଫାଷ୍ଟ-ଟ୍ରାକ୍‌ କୋର୍ଟ ମଞ୍ଜୁର ହୋଇଥିଲା, କିନ୍ତୁ ସେଥିରୁ ଅଧିକାଂଶ କାର୍ଯ୍ୟକ୍ଷମ ନୁହେଁ। ମହିଳା ଓ ଝିଅମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିରାପତ୍ତା ପଦକ୍ଷେପ କାର୍ଯ୍ୟକାରୀ କରିବାରେ ବିଫଳ ପଶ୍ଚିମବଙ୍ଗ ସରକାରଙ୍କୁ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ସମାଲୋଚନା କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମମତା ଲେଖିଥିବା ପତ୍ରର ଜବାବରେ ସୋମବାର ଅନ୍ନପୂର୍ଣ୍ଣା କହିଛନ୍ତି, ଦେଶର ୩୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଗତ ଜୁନ୍‌ ସୁଦ୍ଧା ୪୦୯ ପୋକ୍‌ସୋ କୋର୍ଟ ସମେତ ୭୫୨ ଫାଷ୍ଟଟ୍ରାକ୍‌ କୋର୍ଟ କାର୍ଯ୍ୟ କରୁଛି। ଏହି କୋର୍ଟଗୁଡ଼ିକ ଜରିଆରେ ୨,୫୩,୦୦୦ରୁ ଅଧିକ ମାମଲାର ଫଇସଲା ହୋଇଛି। ବଳାତ୍କାର ଓ ଶିଶୁ ଯୌନ ଅପରାଧ ମାମଲାର ସମାଧାନ ପାଇଁ ଏହି ଯୋଜନାରେ ପଶ୍ଚିମବଙ୍ଗକୁ ୨୦ ପୋକ୍‌ସୋ କୋର୍ଟ ଏବଂ ୧୦୩ଟି ଫାଷ୍ଟଟ୍ରାକ୍‌ କୋର୍ଟ ମଞ୍ଜୁର ହୋଇଥିଲା। ୨୦୨୩ ଜୁନ୍‌ ପର୍ଯ୍ୟନ୍ତ କୌଣସି କୋର୍ଟ କାର୍ଯ୍ୟକ୍ଷମ ହୋଇ ନ ଥିଲା।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ୩ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖି ଦେଶରେ ବଳାତ୍କାର ସଂଖ୍ୟା ବଢ଼ୁଥିବା ନେଇ ଚିନ୍ତାବ୍ୟକ୍ତ କରିବା ସହ ତ୍ୱରିତ୍‌ ନ୍ୟାୟ ସୁନିଶ୍ଚିତ କରିବାରେ ପ୍ରସ୍ତାବିତ ଆଇନ କେତେ ସକ୍ଷମ ବୋଲି ପ୍ରଶ୍ନ ଉଠାଇଥିଲେ। ଦେଶରେ ଦୈନିକ ହାରାହାରି ୯୦ ବଳାତ୍କାର ଘଟୁଛି, ଯାହା ସମାଜର ଆତ୍ମବିଶ୍ୱାସ ଓ ବିବେକକୁ ଦୋହଲାଇଦେଇଛି। ମହିଳାମାନେ ଯେପରି ସୁରକ୍ଷିତ ଓ ନିରାପଦ ଅନୁଭବ କରିବେ, ସେଥିପାଇଁ ଏଭଳି ଅପରାଧକୁ ବନ୍ଦ କରାଇବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ମମତା ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri