Posted inଜାତୀୟ

ଆଜି ଶପଥ ନେବେ ଚମ୍ପାଇ

ରାଞ୍ଚି, ୨।୨ ଶୁକ୍ରବାର ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ବିଧାୟକ ଦଳ ନେତା ଚମ୍ପାଇ ସୋରେନ। ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଚମ୍ପାଇଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପାଇଁ ନିମନ୍ତ୍ରଣ କରିଛନ୍ତି। ଏହା ସହ ୧୦ ଦିନ ମଧ୍ୟରେ ବିଧାନସଭାରେ ନିଜ ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ଚମ୍ପାଇଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ।

ଗୁରୁବାର ସାରେ ଚମ୍ପାଇଙ୍କ ନେତୃତ୍ୱରେ କଂଗ୍ରେସ, ଜେଏମ୍‌ଏମ୍‌ ଓ ଆର୍‌ଜେଡିର ବିଧାୟକମାନେ ଝାଡ଼ଖଣ୍ଡ ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନଙ୍କୁ ଭେଟିଥିଲେ। ୪୩ ବିଧାୟକଙ୍କ ସମର୍ଥନ ତାଙ୍କ ସହ ରହିଥିବାନେଇ ରାଜ୍ୟପାଳଙ୍କୁ ଜଣାଇଥିଲେ ଚମ୍ପାଇ। ଏହା ପୂର୍ବରୁ ଚମ୍ପାଇଙ୍କ ନିକଟରେ ୪୩ ବିଧାୟକଙ୍କ ସମର୍ଥନ ରହିଥିବା ନେଇ ଜେଏମ୍‌ଏମ୍‌ ପକ୍ଷରୁ ଏକ ଭିଡିଓ ବାର୍ତ୍ତା ଜାରି କରାଯାଇଥିଲା।

ତେବେ ଗୁରୁବାର ରାତିରେ ରାଜ୍ୟପାଳଙ୍କ ଦ୍ୱାରା ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ବିଳମ୍ବ ହେବା ଆଶଙ୍କା କରି ଚମ୍ପାଇଙ୍କୁ ସମର୍ଥନ କରୁଥିବା ସମସ୍ତ ବିଧାୟକ ଏକ ବସ ଯୋଗେ ରାଞ୍ଚି ବିମାନବନ୍ଦରକୁ ଯାଇଥିଲେ। ସମସ୍ତ ବିଧାୟକ ଭାଜପା ଦ୍ୱାରା ଘୋଡ଼ାବେପାର କରାଯିବା ଭୟରେ ସ୍ବତନ୍ତ୍ର ବିମାନ ଯୋଗେ ହାଇଦ୍ରାବାଦକୁ ଯିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଖରାପ ପାଗ ଯୋଗୁଁ ଦୃଶ୍ୟମାନ କ୍ଷମତା କମ ଥିବାରୁ ବିଧାୟକମାନେ ବିମାନବନ୍ଦରରୁ ଫେରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri