ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଆଶ୍ବସ୍ତି: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,୧୯ା୯ (କାର୍ତ୍ତିକ ସାହୁ):କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କ ବିରୋଧରେ ଆଗତ ନିର୍ବାଚନ ଅନିୟମିତତା ଆବେଦନ ହାଇକୋର୍ଟରେ ବୁଧବାର ଖାରଜ ହୋଇଛି। ଏହି ଆବେଦନ ଧାର୍ଯ୍ୟ ସମୟ ଅତିକ୍ରାନ୍ତ ପରେ ଦାଏର ହୋଇଥିବାରୁ ହାଇକୋର୍ଟ ତାହାକୁ ଖାରଜ କରିଛନ୍ତି।

ସୂଚନା ଅନୁଯାୟୀ, ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାବେ ବିଧାୟକ ସନାତନ ମହାକୁଡ଼ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ମୁରଲୀ ମନୋହର ଶର୍ମାଙ୍କୁ ପରାସ୍ତ କରିଥିଲେ। ବିଧାୟକ ମହାକୁଡ଼ ନିର୍ବାଚନ ପ୍ରାର୍ଥୀପତ୍ର ଦାଖଲବେଳେ ପ୍ରଦାନ କରିଥିବା ସତ୍ୟପାଠରେ ଅନିୟମିତତା କରିଥିବା ନେଇ ଅନ୍ୟଜଣେ ପରାଜିତ ପ୍ରାର୍ଥୀ ଗୁରୁବକ୍ସ ସିଂହ ଆଲୁଓ୍ବାଲିଆ ହାଇକୋର୍ଟରେ ଆବେଦନ କରିଥିଲେ।

ଆବେଦନକୁ ବିଚାର ପାଇଁ ଗ୍ରହଣ ସହ ବିଧାୟକଙ୍କ ବିଜୟକୁ ଅସିଦ୍ଧ ଘୋଷଣା ପାଇଁ ସେ ଆବେଦନରେ ଦର୍ଶାଇଥିଲେ। ହେଲେ ନିର୍ବାଚନୀ ମାମଲା ଦାଏର ପାଇଁ ଧାର୍ଯ୍ୟ ସମୟଠାରୁ ୧୧ ଦିନ ଅତିକ୍ରାନ୍ତ ହୋଇସାରିଥିବାରୁ ହାଇକୋର୍ଟ ଏହାକୁ ଖାରଜ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୪ ନିର୍ବାଚନରେ ମହାକୁଡ଼ ୧,୦୩,୧୨୦ ଭୋଟ ପାଇଥିବାବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ମୁରଲୀ ମହୋହର ଶର୍ମା ୬୩,୧୨୬ ଖଣ୍ଡ ଭୋଟ ପାଇଥିଲେ। ଅପରପକ୍ଷରେ ମାମଲାର ଆବେଦନକାରୀ ଗୁରୁବକ୍ସ ସିଂହ ଆଲୁଓ୍ବାଲିଆ ମାତ୍ର ୪୯୩ ଖଣ୍ଡ ଭୋଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri