୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗରି, କୋରାପୁଟ, ରାୟଗଡା, ଗଜପତି ଏବଂ କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ,ନୟାଗଡ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡତି ସହ ବର୍ଷା ହେବାର ସମ୍ଭାବନା ରହିଛି।

Share