ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ରାୟଗଡା ଜିଲାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରପଡା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂଭରଞ୍ଜ, ସମ୍ବଲପୁର, ଦେବଗଡ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୪୪ ଓ ନୟାଗଡରେ ୧୭.୩ ମି.ମି. ବର୍ଷା ରେକର୍ଡ କରାଯାଇଛି।

Share