ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୧୧(ଅସମାପିକା ସାହୁ): ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇଦିନ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ସେହିଭଳି ମଙ୍ଗଳବାର ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକର କିଛି ସ୍ଥାନ ଏବଂ ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କଟକ ଓ ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Share