୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗରି, ରାୟଗଡ଼ା, ପୁରୀ, ଜଗତ୍‌ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ପୁରୀ ଏବଂ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏଥିସହିତ ଆସନ୍ତା ୧୩ ଓ ୧୪ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Share