୫ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବାରିପଦାରେ ୧୯.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝର ୮.୮, ତାଳଚେର ୬.୨, ସୋନପୁର ୧୧.୨, କଟକ ୧୯.୨, ଅନୁଗୋଳ ୧୬ ଏବଂ ବଲାଙ୍ଗୀରରେ ୧୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share