୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କଟକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Share